ETV Bharat / state

କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

author img

By

Published : Nov 7, 2022, 6:56 AM IST

ରାୟଗଡ଼ା ଷ୍ଟେସନରେ କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁ ଆୟତ କରିଛନ୍ତି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ । ଅଧିକ ପଢ଼ନ୍ତୁ

କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ରାୟଗଡ଼ା: କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ । ରାୟଗଡ଼ା ରେଳ ଷ୍ଟେସନ ନିକଟରେ ଅଘଟଣ । ବିଶାଖାପାଟଣା ଠାରୁ ଆସି ରାୟଗଡ଼ା ରେଳଷ୍ଟେସନ ଠାରେ ଠିଆ ହୋଇଥିବାବେଳେ କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁ ଆୟତ କରିଛନ୍ତି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ତଦନ୍ତ ଆରମ୍ଭ ହୋଇଛି ।

ମିଳିଥିବା ସୂଚନା ଅନୁସାରେ ବିଶାଖାପାଟଣାରୁ ଆସି ରାୟଗଡ଼ା ରେଳ ଷ୍ଟେସନ ଠାରେ ଠିଆ ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା । ଷ୍ଟେସନ କର୍ତ୍ତୃପକ୍ଷ ଏହା ଜାଣିବା ପରେ ଦମକଳ ବାହିନୀକୁ ସୂଚନା ଦେଇଥିଲେ । ସଙ୍ଗେ ସଙ୍ଗେ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି । ସୌଭାଗ୍ୟ ବଶତଃ ନିଆଁ ଅଧିକ ବ୍ୟାପି ନଥିବା ଜଣାପଡ଼ିଛି । ତେବେ କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଲା ତାହା ଜଣାପଡ଼ିନଥିବାବେଳେ ଏନେଇ ତଦନ୍ତ ଆରମ୍ଭ ହୋଇଛି ।

ଇଟିଭି ଭାରତ, ରାୟଗଡ଼ା

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.