ସମ୍ବଲପୁର: ସମ୍ବଲପୁର ପାନମସଲା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟଣାରେ ଗୁରୁତର ଭାବେ ଆହତ ହୋଇଥିବା ୨ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗତକାଲି(ରବିବାର) ରାମରାଜ ନାମକ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଆଜି ନରେନ୍ଦ୍ର କୁମାର ନାମକ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗତ 20 ତାରିଖରେ ଏହି ଅଗ୍ନିକାଣ୍ଡ ହୋଇଥିବାବେଳେ ଏଥିରେ 25 ଶ୍ରମିକ ଆହତ ହୋଇଥିଲେ ।
ପ୍ରଥମେ ସମସ୍ତଙ୍କୁ ବୁର୍ଲା ଭୀମସାର ମେଡ଼ିକାଲକୁ ଚିକିତ୍ସା ପାଇଁ ପଠାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ 7 ଜଣଙ୍କୁ ରାଉରକେଲା ଆଇଜିଏଚକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଥିଲା । ଏହି ଘଟଣା ନେଇ ମନ୍ତ୍ରୀ ସୁଶାନ୍ତ ସିଂ ନିଜର ପ୍ରତିକ୍ରିୟା ରଖି ଦୋଷୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିବାବେଳେ ସମ୍ବଲପୁର ଜିଲ୍ଲାପାଳ ଏହି ଦୁର୍ଘଟଣାର ତଦନ୍ତ ପାଇଁ ଏକ କମିଟି ଗଠନ କରିଛନ୍ତି ।
ସମ୍ବଲପୁରରୁ ବାଦଶାହ ଜୁସ୍ମନ ରଣା, ଇଟିଭି ଭାରତ