ETV Bharat / state

ମମିତା ମେହେର ହତ୍ୟାକାଣ୍ଡ: ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ମହିଳା ମୋର୍ଚ୍ଚାର ବିକ୍ଷୋଭ - sambalpur bjp women team protest

ରାଜ୍ୟର ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଘଟଣା ନେଇ ଆଜି ସମ୍ବଲପୁର ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଏହି ଘଟଣାର ପ୍ରତିବାଦ କରାଯାଇଛି । ଅଧିକ ପଢନ୍ତୁ...

ମମିତା ମେହେର ହତ୍ୟାକାଣ୍ଡ: ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ମହିଳା ମୋର୍ଚ୍ଚାର ବିକ୍ଷୋଭ

author img

By

Published : Oct 21, 2021, 10:30 PM IST

ସମ୍ବଲପୁର: ରାଜ୍ୟର ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଘଟଣା ନେଇ ଆଜି ସମ୍ବଲପୁର ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଏହି ଘଟଣାର ପ୍ରତିବାଦ କରାଯାଇଛି। ସମ୍ବଲପୁର କଚେରୀ ରୋଡ଼ସ୍ଥିତ ବିଜେପି କାର୍ଯ୍ୟାଳୟରୁ ବିଜେପି ମହିଳା ମୋର୍ଚ୍ଚାର ସଦସ୍ୟମାନେ ଏହି ଘଟଣାର ପ୍ରତିବାଦରେ ଏକ ଶୋଭାଯାତ୍ରାରେ ସମ୍ବଲପୁର ଏସପି କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲେ ।

ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏହି ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ କରି ରାଜ୍ୟ ସରକାର ବିରୋଧୀ ନାରାବାଜି କରିଥିଲେ ମହିଳା ମୋର୍ଚ୍ଚାର ସଦସ୍ୟମାନେ । ଏହା ପରେ ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ଘଟଣା ସିବିଆଇ ତଦନ୍ତ ଦାବି କରିଛି ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା । ଏହି ଅବସରରେ ସମ୍ବଲପୁର ଏସପିଙ୍କ ଜରିଆରେ ଏନେଇ ରାଜ୍ୟପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

ସମ୍ବଲପୁରରୁ ବାଦଶାହ ଜୁସ୍ମନ ରଣା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.