ETV Bharat / state

ସମ୍ବଲପୁରରେ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ବାଣ୍ଟିଲେ ନବୀନ, ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ

author img

By

Published : Nov 2, 2021, 10:17 AM IST

Updated : Nov 2, 2021, 3:40 PM IST

ଆଜି ସମ୍ବଲପୁରରେ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ବଣ୍ଟନର ଶୁଭାରମ୍ଭ କରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ....

ଆଜି ସମ୍ବଲପୁରରେ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ବାଣ୍ଟିବେ ନବୀନ

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି (ମଙ୍ଗଳବାର) ସମ୍ବଲପୁର ଜିଲ୍ଲା ପାଇଁ କୁଚିଣ୍ଡାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଛନ୍ତି। ଜିଲ୍ଲାର ୭ ଲକ୍ଷ ୭୩ ହଜାର ଲୋକ ଏହି ସୁବିଧା ପାଇବେ । କୁଚିଣ୍ଡାର ସରସ୍ବତୀ ଭୋଇ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ କାର୍ଡ଼ ଗ୍ରହଣ କରିଛନ୍ତି । ସମ୍ବଲପୁର ସହିତ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୮ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛି ।

ଏହାସହ ସମ୍ବଲପୁରରେ ଆଜି ୧୫୫୩ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରୁ ୩୫୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଛି । ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଉଛନ୍ତି । ଏହି କ୍ରମରେ ଜିଲ୍ଲାରେ ପାନୀୟ ଜଳ ପାଇଁ ଆଜି ହଜାରେ କୋଟି ଟଙ୍କା ଯୋଗାଇ ଦିଆଯାଇଛି । ଗାଁରୁ ସହର ସବୁ ପରିବାର ପାଖରେ ପିଇବା ପାଣି ପହଞ୍ଚିପାରିବ ବୋଲି ମୁଖ୍ୟମନ୍ତ୍ରୀ ନିଜ ବକ୍ତବ୍ୟରେ କହିଛନ୍ତି । କୁଚିଣ୍ଡା ଓ ରେଢାଖୋଲ ଏନ୍‌ଏସିର ସବୁ ଘରକୁ ପାଇପ ପାଣି ଯୋଗାଇ ଦିଆଯାଇଛି । ୨୦୨୨ ସୁଦ୍ଧା ସମ୍ବଲପୁର ଜିଲ୍ଲାର ପ୍ରତି ଘରକୁ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଆଜି ସମ୍ବଲପୁରରେ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ବାଣ୍ଟିଲେ ନବୀନ
ଓଡ଼ିଶାର ବିକାଶରେ ସମ୍ବଲପୁରର ଅବଦାନ ବହୁତ । ରାଜ୍ୟର ସଂସ୍କୃତି, ରାଜନୀତି, ଶିକ୍ଷା, ଇତିହାସ, ଅର୍ଥନୀତି ସବୁକ୍ଷେତ୍ରରେ ସମ୍ବଲପୁରର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସମ୍ବଲପୁରୀ ଶାଢ଼ି, ସମ୍ବଲପୁରୀ ଗୀତ ଓଡ଼ିଶାର ମହାନ ସଂସ୍କୃତିର ପରିଚୟ । ମା ସମଲେଇଙ୍କ ଆଶୀର୍ବାଦ ପାଇଁ ଲକ୍ଷ ଲକ୍ଷ ଭକ୍ତ ମା’ଙ୍କ ପୀଠକୁ ଆସୁଛନ୍ତି । ତେଣୁ ଏହି ପୀଠର ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ସରକାରୀ ଦଳର ଉପମୁଖ୍ୟ ସଚେତକ ରୋହିତ ପୂଜାରୀ ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ରାଜ୍ୟର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଛନ୍ତି । BSKY Smart Card ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଛନ୍ତି । ବିଭିନ୍ନ ଯୋଜନାରେ ଦିଆଯାଉଥିବା ସାମାଜିକ ଓ ଆର୍ଥିକ ସୁରକ୍ଷା ଗରିବ ଲୋକଙ୍କୁ ସଶକ୍ତ କରିଛି ବୋଲି ସେମାନେ ମତବ୍ୟକ୍ତ କରିଛନ୍ତି । ଆଜିର ଏହି ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନର ବିଭିନ୍ନ ଅଧିକାରୀଙ୍କ ସହ ରେଢାଖୋଲ ବିଧାୟକ ଇଂ ରୋହିତ ପୂଜାରୀ ଏବଂ ସ୍ଥାନୀୟ ବିଧାୟକ କିଶୋର ଚନ୍ଦ୍ର ନାଏକ ପ୍ରମୁଖ ଉପସ୍ଥିତ ଥିଲେ।

ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ୧୪୭ କୋଟି ଟଙ୍କାର ପାଣ୍ଠି
ସଡ଼କ ଦୁର୍ଘଟଣାରେ ବହୁ ଲୋକଙ୍କ ମୃତ୍ୟୁ ହେଉଛି । ଏନେଇ ଚିନ୍ତାପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି କ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ, ଅନେକ ମୂଲ୍ୟବନ ଜୀବନ ବଞ୍ଚାଇ ହେବ । ଆହତଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଦୁର୍ଘଟଣା କ୍ଷେତ୍ରରେ ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରୀ । ଏହି ପାଣ୍ଠି ଜରିଆରେ ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଏହି ପାଣ୍ଠିରୁ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ ।
ସମ୍ବଲପୁରରୁ ବାଦଶାହ ଜୁସ୍ମନ ରାଣା, ଇଟିଭି ଭାରତ

Last Updated : Nov 2, 2021, 3:40 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.