ସମ୍ବଲପୁର: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୁଚିଣ୍ଡା ଏନଏସିର ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ନାଏକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି ।
ସୂଚନାନୁସାରେ, ସମ୍ବଲପୁର ଭିଜିଲାନ୍ସ ଏସପିଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ରାଉରକେଲା, ବଲାଙ୍ଗୀର, ଦେବଗଡ ଆଦି ଜିଲ୍ଲାରେ ଏକକାଳୀନ ଭାବେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଉଛି । ଚଢାଉ ବେଳେ ଜବତ ସମସ୍ତ ସ୍ଥାବର ଅସ୍ଥାବର ସମ୍ପତ୍ତିର କାଗଜପତ୍ର ଗୁଡିକର ଯାଞ୍ଚ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସମ୍ବଲପୁରରୁ ବାଦଶାହ ଜୁସ୍ମନ ରଣା, ଇଟିଭି ଭାରତ