ସମ୍ବଲପୁର: ଆଜି ସାରା ଦେଶ ସମେତ ସମ୍ବଲପୁରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ । ଜାନୁଆରୀ 23 ଦୁଇ ଜଣ ମହାନ ସ୍ବାଧୀନତା ସଂଗ୍ରାମୀଙ୍କ ଜନ୍ମ ଜୟନ୍ତୀ। ଏହି ଅବସରରେ ଆଜି ସାରା ରାଜ୍ୟରେ ଏହି ସ୍ବାଧୀନତା ସଂଗ୍ରାମୀଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଉଛି।
ଆଜି ସମ୍ବଲପୁରରେ ମଧ୍ୟ ବିଭିନ୍ନ ସଙ୍ଗଠନ ଓ ଅନୁଷ୍ଠାନ ପକ୍ଷରୁ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ସମ୍ବଲପୁରର ଜେଲ ଛକ ସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତି ରେ ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ଦେଶ ପାଇଁ ତାଙ୍କ ବଳିଦାନର ସ୍ମୃତିଚାରଣ କରାଯାଇଥିଲା। ଏହା ସହ ସମ୍ବଲପୁରର ବଳିବନ୍ଧା ଛକରୁ ଲକ୍ଷ୍ମୀ ଟକିଜ ଛକ ପର୍ଯ୍ୟନ୍ତ ବିଭିନ୍ନ ଅନୁଷ୍ଠାନ ତରଫରୁ ଏକ ମାନବ ଶୃଙ୍ଖଳ ଆୟୋଜିତ ହୋଇଯାଇଛି।ଆଜିର ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀ ସାମିଲ ହୋଇଥିଲେ।
ସମ୍ବଲପୁର ଉତ୍ତରାଞ୍ଚଳ ଆରଡିସି ନିରଞ୍ଜନ ସାହୁ ଜେଲ ଛକ ସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଫୋର-ସି ପଡ଼ିଆରେ ଅନୁଷ୍ଠିତ ହୋଇଥିବା ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ସୁରେନ୍ଦ୍ର ସାଏ ଙ୍କ ଜନ୍ମ ଜୟନ୍ତୀର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଦୁଇବୀରଙ୍କ ସ୍ମୃତିଚାରଣ କରିଥିଲେ।
ସମ୍ବଲପୁରରରୁ ବାଦଶାହା ଜୁସ୍ମନ ରାଣା, ଇଟିଭି ଭାରତ