ସମ୍ବଲପୁର: ରାଜ୍ୟରେ ଆଉ 2ଟି ହାଇକୋର୍ଟ ବେଞ୍ଚର ଆବଶ୍ୟକତା ରହିଛି । ଏଥିପାଇଁ ରାଜ୍ୟ ସରକାର 2013ରୁ କେନ୍ଦ୍ର ସରକାରଙ୍କୁ ଲିଖିତ ଭାବେ ଜଣାଇସାରିଛନ୍ତି । ଏଥିପାଇଁ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ରିପୋର୍ଟ ମାଗିଥିବା ବେଳେ ହାଇକୋର୍ଟ ବିଚାରପତିଙ୍କ ମତ ଲୋଡିଛନ୍ତି । ହାଇକୋର୍ଟ ବିଚାରପତିଙ୍କ ମତାମତ ମିଳିନଥିବାରୁ ଏହା ଅଟକି ରହିଛି । ତେବେ ଯେଉଁମାନେ ପଶ୍ଚିମ ଓଡିଶା ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟର ବେଞ୍ଚ ସ୍ଥାପନାକୁ ବ୍ୟକ୍ତିଗତ ସ୍ବାର୍ଥ ପାଇଁ ବିରୋଧ କରୁଛନ୍ତି, ତାହା ବାସ୍ତବରେ ନିନ୍ଦନୀୟ ବୋଲି କହିଛନ୍ତି ସମ୍ବଲପୁର ଜିଲ୍ଲା ଓକିଲ ସଂଘର ସଭାପତି ସୁରେଶ୍ବର ମିଶ୍ର ।
ତେବେ ଏହାର କୌଣସି ପ୍ରଭାବ ପଡିବ ନାହିଁ ବୋଲି କହିଛନ୍ତି ସମ୍ବଲପୁର ଜିଲ୍ଲା ଓକିଲ ସଂଘ ସଭାପତି । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦୃଢ଼ ରାଜନୈତିକ ଇଚ୍ଛାଶକ୍ତି ରହିଲେ ଉଭୟ ପଶ୍ଚିମ ଓ ଦକ୍ଷିଣ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହୋଇପାରିବ ବୋଲି କହିଛନ୍ତି ସମ୍ବଲପୁର ଜିଲ୍ଲା ଓକିଲ ସଂଘର ସଭାପତି ସୁରେଶ୍ବର ମିଶ୍ର ।
ସମ୍ବଲପୁରରୁ ବାଦଶାହ ଜୁସ୍ମନ ରଣା, ଇଟିଭି ଭାରତ