ETV Bharat / state

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ ଧର୍ମେନ୍ଦ୍ର ପ୍ରଧାନ - ସମ୍ବଲପୁରରେ ଧର୍ମେନ୍ଦ୍ର

Viksit Bharat Sankalp Yatra: ସମ୍ବଲପୁରରେ ଅନୁଷ୍ଠିତ ହୋଇଛି ବିକଶିତ ଭାରତ ସଂକଳ୍ପ ଯାତ୍ରା । ଏଥିରେ ଯୋଗଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

viksit bharat sankalp yatra
ବିକଶିତ ଭାରତ ସଂକଳ୍ପ ଯାତ୍ରା
author img

By ETV Bharat Odisha Team

Published : Jan 8, 2024, 6:43 PM IST

ବିକଶିତ ଭାରତ ସଂକଳ୍ପ ଯାତ୍ରା

ସମ୍ବଲପୁର: ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ବାମରା ବ୍ଲକ ମହୁଲପାଲିରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ସେଠାରେ ଯୋଗଦାନ ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି,"ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟିରେ ଦେଶ ଆଗକୁ ବଢୁଥିବାବେଳେ ଗରିବ, ମହିଳା, ଚାଷୀ ଓ ଯୁବକମାନେ ସଶକ୍ତ ଓ ଆତ୍ମନିର୍ଭର ହେଉଛନ୍ତି । ସମସ୍ତଙ୍କୁ ପକ୍କା ଘର, ପାଇପ ଯୋଗେ ପାନୀୟ ଜଳ, ରନ୍ଧନ ଗ୍ୟାସ, ମାଗଣା ଚାଉଳ ଓ ଅନ୍ୟାନ୍ୟ ମୌଳିକ ସୁବିଧା ସହ ମହିଳାମାନଙ୍କୁ ଲକ୍ଷପତି କରାଇବାର ସ୍ୱପ୍ନ ପୂରଣ କରାଯାଉଛି ।

"ଗାଁ ଗାଁରେ ରକ୍ତ ପରୀକ୍ଷା, ସିକିଲ ସେଲ୍ ପରୀକ୍ଷା ଏବଂ ଡାଇବେଟିସ ପରୀକ୍ଷା କରାଯିବା ସହ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ ଭଳି ସୁବିଧା ମୋଦି ସରକାର କରିଛନ୍ତି । ମୋଦିଙ୍କ ବିକାଶ ଗ୍ୟାରେଣ୍ଟିକୁ ଲୋକମାନେ ଭରସା କରୁଛନ୍ତି । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦେଶ ବିକଶିତ ଭାରତ ଦିଗରେ ଅଗ୍ରସର ହେଉଥିବାବେଳେ ଏହି ଲକ୍ଷ୍ୟକୁ ହାସଲ କରିବା ପାଇଁ ଆମ ମାନଙ୍କର ଯୋଗଦାନ ଜରୁରୀ । ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଲୋକଙ୍କ ପାଇଁ ସବୁ ପ୍ରକାର ସୁବିଧା କରିଥିବାବେଳେ ରାଜ୍ୟ ସରକାର ପର ଘର ତିଅଣରେ ଅତିଥି ସତ୍କାର କରି ଚଞ୍ଚକତା କରିବାରେ ଧୂରନ୍ଧର" ବୋଲି କହି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ସେ ଆହୁରି ମଧ୍ୟ କହିଛନ୍ତି, "ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଆସନ୍ତା 2029 ମସିହା ପର୍ଯ୍ୟନ୍ତ ଓଡ଼ିଶାର 3 କୋଟି 25 ଲକ୍ଷ ହିତାଧିକାରୀଙ୍କୁ ମାଗଣା ଚାଉଳ ଦେବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଏହାପରେ ବି ରାଜ୍ୟ ସରକାର ନିଜସ୍ୱ ଯୋଜନା ନାଁରେ ମିଛ ପ୍ରଚାର କରୁଛନ୍ତି । ଗଣତନ୍ତ୍ରରେ ଏଭଳି ଚଞ୍ଚକତା ନିନ୍ଦନୀୟ । ଓଡ଼ିଶା ସରକାର ପ୍ରଚାର ସର୍ବସ୍ୱ ସରକାର । ସମ୍ବଲପୁରର କୁଚିଣ୍ଡା, ବାମରା, ମହୁଲପାଲି, କେଶାଇ ବାହାଲ, କୁନ୍ତରା, ଜମନକିରା, ଗଡପୋଷ, ଫାଶିମାଲ, କୁଲୁଣ୍ଡି ଓ ନିକ୍ତିମାଲ ଭଳି ଗ୍ରାମାଞ୍ଚଳରେ ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ପଦବୀ ଅନୁସାରେ ଡାକ୍ତର ନାହାନ୍ତି।"

ଏହା ମଧ୍ୟ ପଢନ୍ତୁ...ସମ୍ବଲପୁରରୁ ଲଢିବେ ଧର୍ମେନ୍ଦ୍ର, ଖୋଲାମଞ୍ଚରୁ ଦେଲେ ଇସାରା

"ଲୋକଙ୍କ ଟିକସ ପଇସାରେ ରାଜ୍ୟ ରାଜକୋଷକୁ ଆସୁଥିବା ଅର୍ଥ ଖର୍ଚ୍ଚ କରି କେବଳ ମିଛ ବିଜ୍ଞାପନ ଓ ବଡ ବଡ ହୋର୍ଡିଂରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟସେବା ସୀମିତ ରହିଛି । ଜଳ ଜୀବନ ମିଶନରେ ପ୍ରତି ଘରକୁ ପାଇପ ଯୋଗେ ପାଣି ଦେବା ପାଇଁ ଅର୍ଥର ବ୍ୟବସ୍ଥା କରିବା ପରେ ବି ଗାଁରେ ପାଣି ଆସୁନି । ମୋଦି ସରକାର ପିଏମ ଆବାସ ଯୋଜନାରେ ଗରିବଙ୍କ ପାଇଁ ପକ୍କା ଘର ପଠାଉଥିବାବେଳେ ଯୋଗ୍ୟ ହିତାଧିକାରୀଙ୍କୁ ଘର ମିଳୁନଥିବା ସିଏଜି ରିପୋର୍ଟରେ ପ୍ରକାଶ ପାଇଛି । ଲମ୍ବା ସମୟର ଶାସନରେ ମୌଳିକ ସୁବିଧା ଆଜି ବି ଲୋକଙ୍କ ପାଖରେ ଅପହଞ୍ଚ ହୋଇରହିଛି" ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଇଟିଭି ଭାରତ, ସମ୍ବଲପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.