ETV Bharat / state

ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର - ସୁବର୍ଣ୍ଣପୁରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସୁବର୍ଣ୍ଣପୁର ବୀରମହାରାଜପୁର ବ୍ଲକ ବାଗବର ଗ୍ରାମପଞ୍ଚାୟତ ଅନ୍ତର୍ଗତ ନୂଆଗଡ଼ ଗାଁରେ ଗଛରୁ ଏକ ଝୁଲନ୍ତା ମୃତଦେହ ଉଦ୍ଧାର । ପୋଲିସର ତଦନ୍ତ ଜାରି । ଅଧିକ ପଢ଼ନ୍ତୁ...

a hanging dead body rescued from tree
a hanging dead body rescued from tree
author img

By

Published : Oct 24, 2020, 2:31 PM IST

ସୁବର୍ଣ୍ଣପୁର: ଗଛରୁ ଏକ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣକ ହେଲେ ସେହି ଗ୍ରାମର 45 ବର୍ଷୀୟ ତରଣୀ ସେଠୀ । ଏଭଳି ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ବୀରମହାରାଜପୁର ବ୍ଲକ ବାଗବର ଗ୍ରାମପଞ୍ଚାୟତ ଅନ୍ତର୍ଗତ ନୂଆଗଡ଼ ଗାଁରେ। ତେବେ ପାରିପାଶ୍ବିକ ସ୍ଥିତିରୁ ଏହା ଏକ ଆତ୍ମହତ୍ୟା ବୋଲି ଅନୁମାନ କରାଯାଉଛି ।

ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସୂଚନା ଅନୁଯାୟୀ, ଗତ କିଛି ଦିନ ହେବ ଉକ୍ତ ଗାଁର ତରଣୀ ନାମକ ଜଣେ ବ୍ୟକ୍ତି ନିଖୋଜ ଥିଲେ । ତାଙ୍କ ପରିବାର ଯେତେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କୁ ପାଇ ନଥିଲେ । ଏଣୁ ସେମାନେ ବୀରମହାରାଜପୁର ଥାନାରେ ଅଭିଯୋଗ କରିଥିଲେ। ଏପଟେ ଶନିବାର ମଇଁଷି ଚରାଳି ତରଣୀଙ୍କ ମୃତଦେହ ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା।

ଖବର ପାଇ, ବୀରମହାରାଜପୁର ଥାନା ଅଧିକାରୀ ପ୍ରଭା ଧନ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି । ଏନେଇ ଥାନାରେ ଏକ ମାମଲା ରୁଜୁ ହେବା ସହ ଘଟଣା ତଦନ୍ତ ଆରମ୍ଭ କରିଛି ପୋଲିସ । ମୃତ ତରଣୀଙ୍କ ପରିବାରରେ 2 ପୁଅ ଓ ତାଙ୍କ ସ୍ତ୍ରୀ ଅଛନ୍ତି । ତେବେ ପାରିବରିକ କହଳ କାରଣରୁ ସେ ଆତ୍ମହତ୍ୟା କରିଥିବା ସାଧାରଣରେ ଚର୍ଚ୍ଚା ହେଉଛି ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.