ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଦିନକୁ ଦିନ ଶାସକ ଦଳର ନେତା ଓ କର୍ମୀମାନେ ହିଂସା ପରାୟଣ ହେବା ସହ ଲୋକଙ୍କ ଧନ ଜୀବନ ନେଉଥିବା ଅଭିଯୋଗ କରିଛନ୍ତି ।
ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗ କରି ବିଜେପି ଆନ୍ଦୋଳନ କରିଛି । ଆବାସ ଯୋଜନାରେ ହେଉଥିବା ଦୁର୍ନୀତିର ପ୍ରତିବାଦ କଲେ ଲୋକଙ୍କୁ ମାରି ଦିଆଯାଉଛି ବୋଲି ବିଜେପି ଅଭିଯୋଗ କରିଛି ।
ମାହାଙ୍ଗା ଡବଲ ମର୍ଡର ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା ଅଭିଯୋଗ କରି ତୁରନ୍ତ ମନ୍ତ୍ରୀଙ୍କୁ ଗିରଫ କରିବା ପାଇଁ ଦାବି କରିଛି ବିଜେପି । ମନ୍ତ୍ରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଜେପି ପକ୍ଷରୁ ବିରୋଧ କରିବା ସହ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି ।
ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ