ETV Bharat / state

ସୁବର୍ଣ୍ଣପୁରରେ କୋରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ

author img

By

Published : Apr 16, 2021, 3:54 PM IST

କୋରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି । ଅଧିକ ପଢନ୍ତୁ....

ସୁବର୍ଣ୍ଣପୁରରେ କୋରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ
ସୁବର୍ଣ୍ଣପୁରରେ କୋରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ

ସୁବର୍ଣ୍ଣପୁର: ଜିଲ୍ଲାରୁ ଗୋଟିଏ ଦିନ ମଧ୍ୟରେ ପୁଣି 42 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗତକାଲି(ଗୁରୁବାର) ପର୍ଯ୍ୟନ୍ତ 79 ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ମାତ୍ର ଦିନକୁ ଦିନ ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢିଚାଲିଛି । ଫଳରେ ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଓ ସଦର ପୌର ପରିଷଦ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି ।

ଜନସାଧାରଣଙ୍କ ମଧ୍ୟରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି । ଅତି ଜରୁରୀ ନ ହେଲେ ଲୋକଙ୍କୁ ଘରୁ ନ ବାହାରିବା ପାଇଁ ସଦର ପୌର ପରିଷଦ ପରାମର୍ଶ ଦେଉଛି । ତେବେ ସଂକ୍ରମଣ ଉପରେ ରୋକ ଲଗାଇବା ପାଇଁ ସାମାଜିକ ଦୂରତ୍ୱ ରକ୍ଷା କରିବା, ମାସ୍କ ପରିଧାନ ତଥା ହାତ ଧୋଇବା ସାଙ୍ଗକୁ 45 ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଟୀକାକରଣ କେନ୍ଦ୍ରକୁ ଯାଇ ଟିକା ନେବାକୁ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ଅନୁରୋଧ କରାଯାଉଛି । କୋଭିଡ ନିୟମ ଉଲଙ୍ଘନ କଲେ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସଦର ପୌର ପରିଷଦ ପକ୍ଷରୁ ସହରରେ ଡ଼ାକବାଜି ଯନ୍ତ୍ର ଦ୍ୱାରା ଘୋଷଣା କରାଯାଉଛି ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.