ସୁବର୍ଣ୍ଣପୁର: ବାରହା ଶିକାର କରିବାକୁ ଯାଇ ନିଜ ଜାଲରେ ନିଜେ ପଡିଗଲେ ଯୁବକ । ଏଭଳି ଏକ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ରେଞ୍ଜ ଅନ୍ତର୍ଗତ କୋଟସମଲାଇ ଜଙ୍ଗଲରେ । ମୃତ ଯୁବକ ଜଣକ ହେଲେ ବାଘପାଲି ଗାଁର ହରିଶ୍ଚନ୍ଦ୍ର ପଧାନ । ତେବେ ସେ ବାରହା ଶିକାର କରିବା ପାଇଁ ଜଙ୍ଗଲରେ ବିଦ୍ୟୁତ ତାର ବିଛାଇଥିଲେ। କିନ୍ତୁ ନିଜେ ବିଛାଇଥିବା ବିଦ୍ୟୁତ ତାର ସଂଶ୍ପର୍ଷରେ ଆସି ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି ।
ଗତକାଲି ବିଳମ୍ବିତ ରାତ୍ରିରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଆଜି ସକାଳୁ ହିଁ ଲୋକମାନେ ଏହି ଘଟଣା ସମ୍ପର୍କରେ ଜାଣିବାକୁ ପାଇଥିଲେ। ଖବର ପାଇ ଉଲୁଣ୍ଡା ବନ ବିଭାଗର କର୍ମଚାରମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ । ଏପଟେ ବୀରମହାରାଜପୁର ପୋଲିସ ବି ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି ।
ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ