ସୁବର୍ଣ୍ଣପୁର: ମହାମାରୀ କୋରୋନାକୁ ପ୍ରତିହତ କରିବା ପାଇଁ ଜନସାଧାରଣଙ୍କୁ ସହଯୋଗ କରିବାକୁ ଆହ୍ବାନ ଦେଇଛନ୍ତି ସରକାର । ଅନେକ ବଦାନ୍ୟ ବ୍ୟକ୍ତି ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅର୍ଥଦାନ କରି ସହୟତାର ହାତ ବଢାଉଛନ୍ତି । ଏହି କ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ।
ସଙ୍ଘର ସଭାପତି ଜୟମାଧଵ ମିଶ୍ରଙ୍କ ନେତୃତ୍ବରେ ଠିକାଦାର ପ୍ରତିନିଧିମାନେ ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କୁ ସାକ୍ଷାତ କରି ପ୍ରଥମ ପର୍ଯ୍ୟାୟର ସହାୟତା ରାଶିର ଚେକ୍ ପ୍ରଦାନ କରିଛନ୍ତି । ସଙ୍ଘ ପକ୍ଷରୁ 3 ଲକ୍ଷ 61 ହଜାର ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ଅନ୍ୟପକ୍ଷେ କୋରୋନା ସହ ମୁକାବିଲା କରିବା ପାଇଁ ଜନସାଧାରଣଙ୍କୁ ସଚେତନ କରାଉଛି ଠିକାଦର ସଙ୍ଘ ।
ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ