ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା କିଷାନ କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲ୍ଲା ସଭାପତି ଗୌରିଶ୍ୟାମ ପଣ୍ଡାଙ୍କ ନେତୃତ୍ବରେ ଶତାଧିକ କଂଗ୍ରେସ କର୍ମୀ ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ ।
ଏଥିରେ ରାଜ୍ୟ କିଷାନ କଂଗ୍ରେସ ଅଧ୍ୟକ୍ଷ ଅମୀୟ ରଞ୍ଜନ ପଟ୍ଟନାୟକ ଯୋଗଦେଇ କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ପ୍ରତ୍ୟାହୃତ କରିବା ପାଇଁ ଦାବି କରିଛନ୍ତି । ରାଜ୍ୟ କିଷାନ କଂଗ୍ରେସ ଏହି କୃଷି ଆଇନର ପ୍ରତିବାଦ କରୁଥିବାବେଳେ ଏହି ଆଇନ ପ୍ରତ୍ୟାହାର ନକରିବା ଯାଏଁ ଆନ୍ଦୋଳନ ଜାରି ରଖିବାକୁ କଂଗ୍ରେସ କର୍ମୀମାନଙ୍କୁ ଅନୁରୋଧ କରିଛନ୍ତି । କିଷାନ କଂଗ୍ରେସର ଦାବି ପୂରଣ ପାଇଁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଜିଲ୍ଲା ପ୍ରଶାସନକୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି ।
ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା , ଇଟିଭି ଭାରତ