ETV Bharat / state

ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ବିକ୍ଷୋଭ

author img

By

Published : Dec 29, 2021, 6:51 PM IST

ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ । ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଡୁଙ୍ଗୁରିପାଲି ବ୍ଳକ ଶାଖା ପକ୍ଷରୁ ଆନ୍ଦୋଳନ । ଅଧିକ ପଢନ୍ତ

ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ବିକ୍ଷୋଭ
ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ବିକ୍ଷୋଭ

ସୁବର୍ଣ୍ଣପୁର : ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଡୁଙ୍ଗୁରିପାଲି ବ୍ଳକ ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଡୁଙ୍ଗୁରିପାଲି ବ୍ଳକ ଅଧିନରେ ଥିବା କୌଣସି ବି ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀଙ୍କ ପାଇଁ ଆଦିବାସୀ ସଂରକ୍ଷିତ ଆସନ ନ ଥିବାରୁ ତାର ପ୍ରତିବାଦରେ ଏହି ଆନ୍ଦୋଳନ କରାଯାଇଛି । ଆଦିବାସୀ କଲ୍ୟାଣ ସଂଘର ଜିଲ୍ଲା ସଭାପତି ଜୟ କୁମାର ବରିହାଙ୍କ ନେତୃତ୍ବରେ ଶତାଧିକ ଆଦିବାସୀ ସଂପ୍ରଦାୟର ଜନସାଧାରଣ ସରପଞ୍ଚ ପାଇଁ ସ୍ଥାନ ସଂରକ୍ଷଣ ବ୍ୟବସ୍ଥାର ଦୃଢ ବିରୋଧ କରିଛନ୍ତି ।

ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ବିକ୍ଷୋଭ

ଆଦିବାସୀଙ୍କ ପାଇଁ ଆସନ ସଂରକ୍ଷଣ ବ୍ୟବସ୍ଥାରେ ବ୍ୟାପକ ଅନିୟମିତତା ହୋଇଥିବାବେଳେ ବ୍ଳକର 26ଟି ପଞ୍ଚାୟତରୁ ଗୋଟିଏ ହେଲେ ବି ପଞ୍ଚାୟତର ସରପଞ୍ଚ ଆସନ ପାଇଁ ସଂରକ୍ଷଣ କରାଯାଇ ନ ଥିବା ଅଭିଯୋଗ ହୋଇଛି । ତେବେ ରାଜ୍ୟ ଉଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶ କ୍ରମେ ତ୍ରୁଟି ପୂର୍ଣ୍ଣ ସଂରକ୍ଷଣ ତାଲିକାକୁ ବାତିଲ କରି ପୁଣି ନୂତନ ସଂରକ୍ଷଣ ତାଲିକା ପ୍ରସ୍ତୁତ କରିବା ପାଇଁ ଦାବି କରିଛନ୍ତି । ଦାବି ପୂରଣ ନ ହେଲେ ଆଗକୁ ସଂଘ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଧମକ ଦେବା ସହିତ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ତା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.