ETV Bharat / state

ନୂଆ ରୂପ ନେବ ସୁନ୍ଦରଗଡର ସବୁ ହାଇସ୍କୁଲ, 5ଟି ସଚିବ କଲେ ସମୀକ୍ଷା

author img

By

Published : Apr 10, 2021, 10:58 PM IST

ସୁନ୍ଦରଗଡ଼ର ସମସ୍ତ ସରକାରୀ ହାଇସ୍କୁଲ ନେବ ନୂଆ ରୂପ । ସୁନ୍ଦରଗଡ଼ ‘ହାଇସ୍କୁଲ ଟ୍ରାନ୍ସଫର୍ମେସନ’ କାର୍ଯ୍ୟକ୍ରମର ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କଲେ ୫-ଟି ସଚିବ । ଅଧିକ ପଢନ୍ତୁ..

ନୂଆ ରୂପ ନେବ ସୁନ୍ଦରଗଡର ସବୁ  ହାଇସ୍କୁଲ, 5ଟି ସଚିବ କଲେ ସମୀକ୍ଷା
ନୂଆ ରୂପ ନେବ ସୁନ୍ଦରଗଡର ସବୁ ହାଇସ୍କୁଲ, 5ଟି ସଚିବ କଲେ ସମୀକ୍ଷା

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ ସରକାରୀ ହାଇସ୍କୁଲ ସଂପୂର୍ଣ୍ଣ ନୂଆ ରୂପ ନେବାକୁ ଯାଉଛି । ଏଥିପାଇଁ ରାଜ୍ୟ ସରକାରଙ୍କ ୫-ଟି ଅଭିଯାନ ଅଧୀନରେ ରୂପାନ୍ତରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ପ୍ରଥମ ପର୍ଯ୍ୟାୟରେ ରୂପାନ୍ତରଣ ହେବାକୁ ଥିବା ହାଇସ୍କୁଲ ମଧ୍ୟରୁ ୪୦ଟି ସ୍କୁଲର ସମୀକ୍ଷା କରାଯାଇଛି । ଶନିବାର ୫-ଟି ସଚିବ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଲୋକସେବା ଭବନରୁ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ସମୀକ୍ଷା କରିଛନ୍ତି ।

ଏହି ଅବସରରେ ହାଇସ୍କୁଲ ରୂପାନ୍ତରଣ ଲାଗି ପ୍ରସ୍ତୁତ ଜିଲ୍ଲାସ୍ତରୀୟ ‘ଭିଜନ ଡକ୍ୟୁମେଣ୍ଟ’ ଉନ୍ମୋଚିତ ହୋଇଥିଲା । ଏଥିରେ କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ସହିତ ଏହାକୁ କିପରି ସଫଳତାର ସହ କାର୍ଯ୍ୟକାରୀ କରାଯିବ ସେ ନେଇ ମାର୍ଗଦର୍ଶନ ପ୍ରସ୍ତୁତ କରାଯାଇଛି । ସେହିପରି ପ୍ରତ୍ୟେକ ବିଦ୍ୟାଳୟର ମାଇକ୍ରୋ ପ୍ଲାନ୍ ମଧ୍ୟ ପ୍ରସ୍ତୁତ ହୋଇଛି ।

ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଓସ୍ୱାନ ଭିଡିଓ କନଫରେନ୍ସିଂ ହଲ ଠାରେ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କ ସହ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। । ସୁନ୍ଦରଗଡ଼ରେ ଏହି କାର୍ଯ୍ୟକ୍ରମ ଲାଗୁ କରିବା ସମ୍ପର୍କରେ ଜିଲ୍ଲାପାଳ ସୂଚନା ଦେଇଥିଲେ । ହାଇସ୍କୁଲ ରୂପାନ୍ତରଣ ଲାଗି ସରକାରଙ୍କୁ ଧନ୍ୟବାଦ ଦେବା ସହିତ ଏହାର ସଫଳ ରୂପାୟନ ପାଇଁ ସେ ସମସ୍ତଙ୍କର ସହଯୋଗ ଲୋଡ଼ିଥିଲେ।

‘‘ମୁଖ୍ୟମନ୍ତ୍ରୀଙ୍କର ପରିକଳ୍ପନା ହେଉଛି ରାଜ୍ୟର ସମସ୍ତ ସରକାରୀ ସ୍କୁଲକୁ ନୂଆ ରୂପ ଦେବା। ସ୍କୁଲର ଶିକ୍ଷା ପରିବେଶରେ ବ୍ୟାପକ ଉନ୍ନତି ଆଣିବା। ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଶିକ୍ଷାଦାନର ମାନ ବଢ଼ାଇବା। ସେହିପରି ଅଭିଭାବକ ଏବଂ ସ୍ଥାନୀୟ ଜନସାଧାରଣଙ୍କ ସହଯୋଗରେ ଶିକ୍ଷାନୁଷ୍ଠାନର ସାମଗ୍ରିକ ଉନ୍ନତି ଆଣିବା। ଏହା ହେଲେ ଆମ ସରକାରୀ ସ୍କୁଲଗୁଡ଼ିକରେ ଯେଉଁ ପ୍ରତିଭାବାନ୍ ଛାତ୍ରଛାତ୍ରୀ ଅଛନ୍ତି ସେମାନଙ୍କର ଭବିଷ୍ୟତ ଲକ୍ଷ୍ୟ ସାକାର ହୋଇପାରିବ’’, ସମୀକ୍ଷା ବେଳେ କହିଥିଲେ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍। ତେଣୁ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସମସ୍ତେ ଏକାଠି ହୋଇ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।

ଏହି ସମୀକ୍ଷା ବେଳେ ୫-ଟି ସଚିବ ଗୋଟି ଗୋଟି କରି ସମସ୍ତ ସ୍କୁଲ ସହ ସିଧାସଳଖ କଥାବାର୍ତ୍ତା କରିଥିଲେ । ଜିଲ୍ଲାର ସମସ୍ତ ୧୭ଟି ବ୍ଲକରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହୋଇଥିବା ଏହି କାର୍ଯ୍ୟକ୍ରମ ବେଳେ ବିଡିଓଙ୍କ ସହ ବ୍ଲକ ଶିକ୍ଷା ଅଧିକାରୀ, ବିଭିନ୍ନ ସ୍କୁଲର ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଏବଂ ବିଦ୍ୟାଳୟ ପରିଚାଳନା ସମିତିର ସଦସ୍ୟ, ପଞ୍ଚାୟତିରାଜ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

‘‘୫-ଟି ଅଭିଯାନ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ ୩୮୩ ଟି ସରକାରୀ ହାଇସ୍କୁଲକୁ ସାମିଲ କରାଯାଇଛି । ତା’ ଭିତରୁ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ହାଇସ୍କୁଲଗୁଡ଼ିକର ରୂପାନ୍ତରଣ ବିଷୟରେ ଏହି ବୈଠକରେ ବିସ୍ତୃତ ଆଲୋଚନା ହୋଇଛି । ଆଗାମୀ ଅକ୍ଟୋବର ୨ ତାରିଖ ସୁଦ୍ଧା ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟ ଶେଷ କରିବାକୁ ଆମେ ଲକ୍ଷ୍ୟ ରଖିଛୁ । ଏହା ଫଳରେ ସରକାରୀ ସ୍କୁଲର ପାଠ୍ୟ ପରିବେଶରେ ବିଶେଷ ଉନ୍ନତି ଆସିବା ସହ ଛାତ୍ରଛାତ୍ରୀଙ୍କ ଭବିଷ୍ୟତର କ୍ୟାରିୟର ଗଠନ ଉପରେ ଗୁରୁତ୍ବ ଦିଆଯାଉଛି ବୋଲି ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ କହିଛନ୍ତି ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭୈରବ ସିଂ ପଟେଲ, ସୁନ୍ଦରଗଡ଼ ଡିଏମଏଫର ସିଇଓ ରସାଇ ଲାଗୁରୀ, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କ ସହିତ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ଏହି ରୂପାନ୍ତରଣ କାର୍ଯ୍ୟକ୍ରମ ଜରିଆରେ ସ୍କୁଲଗୁଡ଼ିକର ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ଶିକ୍ଷାନୁଷ୍ଠାନ କିପରି ଛାତ୍ରଛାତ୍ରୀଙ୍କ ପାଇଁ ଅଧିକ ଆକର୍ଷଣୀୟ ହୋଇପାରିବ, ତା’ ଉପରେ ଗୁରୁତ୍ୱ ଦିଆଯାଉଛି। ସ୍ମାର୍ଟ କ୍ଲାସରୁମ, ଇ-ଲାଇବ୍ରେରି, ବିଜ୍ଞାନାଗାର, ଖେଳପଡ଼ିଆ, ପାନୀୟ ଜଳ ଏବଂ ସ୍ୱଚ୍ଛ ଶୌଚାଳୟ ଆଦି ଉପରେ ପ୍ରାଥମିକତା ଦିଆଯାଉଛି। ସେହିପରି ଗୋଷ୍ଠୀ ସହଭାଗିତାକୁ ଆଧାର କରି ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ୫-ଟି ଅଧୀନରେ ଲକ୍ଷ୍ୟ ରଖାଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.