thumbnail

ଗଜପତିରେ ୮୭ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

By

Published : Apr 1, 2022, 2:57 PM IST

Updated : Feb 3, 2023, 8:21 PM IST

ଗଜପତି: ଆଜି ସାରା ରାଜ୍ୟ ପାଳୁଛି 86ତମ ଉତ୍କଳ ଦିବସ । ଏହାସହ ଆଜି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ରିଜର୍ଭ ପୁଲିସ ପଡିଆରେ 87 ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଏସପି ଜୟରାମ ଶତପଥୀ ଯୋଗଦେଇ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ଏହାସହ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟକରି ଥିବା ୯ ଜଣ ପୋଲିସ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଏସପି ବାମଦେବ ସିଂ, ପାରଳାଖେମୁଣ୍ଡି ଏସଡିପିଓ ରାମକୃଷ୍ଣ ପତିଙ୍କ ସମେତ ଜିଲ୍ଲାର ସମସ୍ତ ପୋଲିସ ଅଧିକାରୀମାନେ ସାମିଲ ହୋଇଥିଲେ । ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ
Last Updated : Feb 3, 2023, 8:21 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.