ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ ଚନ୍ଦ୍ର ମୁର୍ମୁ

By

Published : Aug 8, 2020, 1:04 PM IST

thumbnail
ନୂଆଦିଲ୍ଲୀ: ଦେଶର ନୂଆ ସିଏଜି(କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ ଅଫ୍‌ ଇଣ୍ଡିଆ) ଭାବେ ଶପଥ ଗ୍ରହଣ କଲେ ଜମ୍ମୁ ଓ କାଶ୍ମୀରର ପୂର୍ବତନ ଉପରାଜ୍ୟପାଳ ତଥା ଓଡିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହି ଉତ୍ସବରେ ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ମନ୍ତ୍ରୀ ଉପସ୍ଥିତ ଥିଲେ । ଚଳିତ ସପ୍ତାହରେ ଗିରୀଶ ଜମ୍ମୁ ଓ କାଶ୍ମୀରର ଉପରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ । ଏହାପରେ ତାଙ୍କୁ ରାଷ୍ଟ୍ରପତି ସିଏଜି ଭାବେ ନିଯୁକ୍ତି ପ୍ରଦାନ କରିଥିଲେ । କେନ୍ଦ୍ର ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ପୂର୍ବତନ ସିଏଜି ରାଜୀବ ମହର୍ଷିଙ୍କ ସ୍ଥାନରେ ମୁର୍ମୁଙ୍କୁ ଏହି ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିଛି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.