ଆଖି ପିଛୁଳାକେ ଉଡିଲା ଗାଡି, କ୍ୟାମେରାରେ କଏଦ ହେଲା ଦୁର୍ଘଟଣାର ଦୃଶ୍ୟ - ମଦୁରାଇରେ ସଡ଼କ ଦୁର୍ଘଟଣା
🎬 Watch Now: Feature Video
ଚେନ୍ନାଇ: ଭାଦିପଟ୍ଟୀ ନିକଟରେ କାର ଓ ବାଇକ ମୁହାଁମୁହିଁ ଧକ୍କା। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଦୁଇଜଣ ଗୁରୁତର ଆହାତ ହୋଇଛନ୍ତି । ଗତକାଲି (ରବିବାର) ଜଣେ ଦମ୍ପତି ଏବଂ 12 ବର୍ଷୀୟ ଝିଅ ଏକ ବାଇକ ଯୋଗେ ଦିଣ୍ଡିଗୁଲ ଅଭିମୁଖେ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ କାର ସହ ଉକ୍ତ ବାଇକର ମୁହାଁମୁହିଁ ଧକ୍କା ହୋଇଥିଲା । ଯାହା ଫଳରେ ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ବାମୀ ଓ ଝିଅ ଗୁରୁତର ଆହତ ହୋଇଛନ୍ତି। ମଦୁରାଇ ସରକାରୀ ଡାକ୍ତରଖାନାରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ଶୋଲାଭାଣ୍ଡନ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ତେବେ ଦୁର୍ଘଟଣା ସମୟର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ
Last Updated : Feb 3, 2023, 8:19 PM IST