ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଏସ.ମୁରଲୀଧର - S.Muralidhar takes oath as chief justice high court
🎬 Watch Now: Feature Video
ଭୁବନେଶ୍ବର: ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଏସ ମୁରଲୀଧର । ରାଜଭବନ ଅଭିଷେକ ହଲରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ପଦ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ । ଶପଥ ପାଠ କାର୍ଯ୍ୟକ୍ରମରେ ଆଇନମନ୍ତ୍ରୀ ପ୍ରତାପ ଜେନା, ବିରୋଧୀ ଦଳନେତା ପ୍ରଦୀପ୍ତ ନାଏକ , ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୋଲିସ ମହାନିର୍ଦ୍ଦେଶକ ଡିଜିପି ଅଭୟ, ଗୃହ ସଚିବ, ହାଇକୋର୍ଟର ବରିଷ୍ଠ ବିଚାରପତିମାନେ ଉପସ୍ଥିତ ଥିଲେ । ୩୨ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ମୁରଲୀଧର । ସୁପ୍ରିମକୋର୍ଟଙ୍କ କଲେଜିୟମ ସୁପାରିଶ କ୍ରମେ ଓ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ବିଭାଗ ଏନେଇ ବିଜ୍ଞପ୍ତି ଜାରି କରିଥିଲେ । ରବିବାର ଓଡିଶାରେ ଆସି ପହଞ୍ଚିଥିଲେ ଏସ.ମୁରଲଧୀର ।