ବାଲୁକା ଚିତ୍ରକଳାରେ ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତକୁ ସ୍ବାଗତ

By

Published : Oct 6, 2021, 9:13 PM IST

thumbnail
ପୁରୀ: ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀକୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି । ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ତେବେ ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତକୁ ବାଲୁକା ଚିତ୍ର କଳାରେ ସ୍ବାଗତ କରିଛନ୍ତି ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ସେ ଏହି ବାଲୁକା ଚିତ୍ରକଳାଟି କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତିକୃତିକୁ ସ୍ଥାନ ଦିଆଯାଇଛି। ପୁରୀରୁ ଶକ୍ତି ପ୍ରସାଦ ମିଶ୍ର,ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.