ସରକାରୀ ଜମି ବିବାଦ: ଦୁଇ ଗୋଷ୍ଠୀ ମୁହାଁମୁହିଁ, ୧୦ରୁ ଉର୍ଦ୍ଧ୍ବ ଆହତ

🎬 Watch Now: Feature Video

thumbnail

By

Published : Aug 21, 2020, 12:48 PM IST

ବ୍ରହ୍ମପୁର: ସରକାରୀ ଜମି ବିବାଦକୁ ନେଇ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମରେ ଦୁଇ ଗୋଷ୍ଠୀ ମୁହାଁମୁହିଁ । 10 ଜଣରୁ ଅଧିକ ଆହତ । ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି । ନନ୍ଦକିଶୋର ଗୋ-ଶାଳା ଅନୁଷ୍ଠାନର ସବର୍ଣ୍ଣ-ଅସବର୍ଣ୍ଣ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟି ଉଭୟ ଗୋଷ୍ଠୀର 10ରୁ ଉର୍ଦ୍ଧ୍ବ ବ୍ୟକ୍ତି ଆହତ ହୋଇଛନ୍ତି । ଜମି ବିବାଦକୁ କେନ୍ଦ୍ରକରି ଏଭଳି ଘଟଣା ଘଟିଥିବାବେଳେ ଆହତ ବ୍ୟକ୍ତିମାନଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଭୀଷ୍ମଗିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ 108 ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.