ବାରିପଦାରେ ଦରଦାମ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ
🎬 Watch Now: Feature Video
ବାରିପଦା: ପେଟ୍ରୋଲ, ଡ଼ିଜେଲ, ଗ୍ୟାସ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଫଳରେ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି ଯୋଗୁଁ ସାଧାରଣ ଲୋକେ ହନ୍ତସନ୍ତ ହେଉଛନ୍ତି । ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ବାରିପଦା ଠାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବାରିପଦାସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା କଂଗ୍ରେସର ସଭାପତି ହେମନ୍ତ କୁମାର ଦାସଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କଂଗ୍ରେସର ଅଭିଯୋଗ ଅନୁଯାୟୀ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଦରଦାମ ବୃଦ୍ଧି ରୋକିବାରେ ବିଫଳ ହୋଇଛନ୍ତି ।
ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ
Last Updated : Feb 3, 2023, 8:22 PM IST