thumbnail

By ETV Bharat Odisha Team

Published : Oct 16, 2023, 7:57 AM IST

ETV Bharat / Videos

ଆରମ୍ଭ ହୋଇଛି ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ରଥଯାତ୍ରା, ଭକ୍ତଙ୍କୁ ଦେବେ ଦର୍ଶନ

ଯାଜପୁର:  ଅଧିଷ୍ଠାତ୍ରୀ ଦେବୀ ମା' ବିରଜାଙ୍କ ପୀଠରେ ଆରମ୍ଭ ହୋଇଛି ନବଦିନାତ୍ମକ ରଥଯାତ୍ରା  । ମା' ବିରଜାଙ୍କର ନବଦିବସୀୟ ରଥଯାତ୍ରା ପାଇଁ ଉତ୍ସବ ମୁଖର ସମଗ୍ର ଅଞ୍ଚଳ । ପାରମ୍ପରିକ ରୀତିନୀତି ଅନୁଯାୟୀ ରଥ ପୂଜା ଆରମ୍ଭ ହେବା ପରେ ରଥ ପ୍ରତିଷ୍ଠା କରାଯାଇଥିଲା । ଏହାପରେ ମା'ଙ୍କ ଚଳନ୍ତି ପ୍ରତିମାଙ୍କୁ ରଥାରୁଢ଼ କରାଯାଇ ରଥାଟଣା ଯାଇଥିଲା । ତେବେ ଆଜି ଠାରୁ ୮ ଦିନ ଯାଏଁ ପ୍ରତ୍ୟେହ ସଂନ୍ଧ୍ୟାରେ ରଥ ମନ୍ଦିରର ବେଢ଼ା ପରିକ୍ରମା କରିବ । ବିଶ୍ୱାସ ରହିଛି ଏହି ୯ଦିନ ଧରି ଚାଲିଥିବା ପୂଜା ସମୟରେ ମା'ଙ୍କ ମୁଖ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ । ରଥରେ ମାଙ୍କୁ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି ।  ସେହିପରି ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡକୁ ଲକ୍ଷ୍ୟ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା । ମା ବିରାଜାଙ୍କ ଶାରଦୀୟ ଉତ୍ସବକୁ ଶାନ୍ତି ଶୃଙ୍ଖଳାରେ ସାରିବାକୁ ମନ୍ଦିର ପ୍ରଶାସନ ପ୍ରସ୍ତୁତ ଥିବା କହିଛନ୍ତି ମନ୍ଦିର ଟ୍ରଷ୍ଟି ତଥା ଉପଜିଲ୍ଲାପାଳ ।

ଏହା ମଧ୍ୟ ପଢନ୍ତୁ- ଆଜିଠୁ ଆରମ୍ଭ ନବରାତ୍ରୀ ପୂଜା, ବୌଦ୍ଧରେ ମା' ଭୈରବୀଙ୍କ ପୀଠ ଚଳଚଞ୍ଚଳ

ଇଟିଭି ଭାରତ, ଯାଜପୁର 

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.