ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ: ଚୂଡାନ୍ତ ହେଲା ଅକ୍ଷୟ ତୃତୀୟା ନୀତି ନିର୍ଘଣ୍ଟ

By

Published : Apr 18, 2023, 11:00 PM IST

thumbnail

ପୁରୀ: ଆସନ୍ତା ଏପ୍ରିଲ ୨୩ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା । ଏହିଦିନ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଏନେଇ ମଙ୍ଗଳବାର ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ନୀତି ସବ୍‌ କମିଟି ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି ।

ଏହି ବୈଠକରେ ଭକ୍ତମାନେ କିଭଳି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ ସେନେଇ ଆଲୋଚନା କରାଯାଇଛି । ପ୍ରସ୍ତୁତ ହୋଇଥିବା ନୀତି ନିର୍ଘଣ୍ଟ ଅନୁସାରେ ଅକ୍ଷୟ ତୃତୀୟା ଦିନ ଅପରାହ୍ନ ୩ଟାରେ ଦ୍ବାଦଶ ଯାତ୍ରା ଓ ନକ୍ଷତ୍ର ବନ୍ଦାପନା, ଅପରାହ୍ନ ୩.୩୦ରେ ବିମାନକୁ ଦିଅଁ ବିଜେ ଓ ଅପରାହ୍ନ ୪ଟାରେ ରଥ ଆଜ୍ଞାମାଳ ବିଜେ ହେବାପରେ ବିମାନ ଉଠିବ । ରାତ୍ର ୧୦ଟା ସମୟରେ ଚନ୍ଦନ ଠାକୁର ବାହୁଡ଼ା ବିଜେ କରିବେ । ଛତିଶା ନିଯୋଗ ବୈଠକ ପରେ ଚଳିତ ବର୍ଷ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କୃତିତ୍ବ ହାସଲ କରିଥିବା ସେବାୟତ ପରିବାର ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।

ଇଟିଭି ଭାରତ, ପୁରୀ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.