ଶୁଭମୟ ହେବ ଦିନ, ଦର୍ଶନ କରନ୍ତୁ ଘଟଗାଁ ରାଣୀଙ୍କ ଦିବ୍ୟ ଆଳତୀ - ଘଟଗାଁ ଆଳତୀ
🎬 Watch Now: Feature Video
କେନ୍ଦୁଝର: ସିନ୍ଦୂର ମୁହିଁ ଘଟଗାଁ ରାଣୀ ସେ ମାଆ ତାରିଣୀ । ଦୁଃଖ ହାରିଣୀ । ଭକ୍ତର ମାଆ । କରୁଣାମୟୀ ସେ ଘଟଗାଁ ବାସିନୀ । ମାଆଙ୍କ ମହିମା ଅପାର । ମାଆଙ୍କ ଶରଣ ପଶିଲେ ସବୁ ଦୁଃଖ ଦୂର ହୁଏ । ମାଆଙ୍କ ଆଳତୀ ଦର୍ଶନ କଲେ ଦିନ ଶୁଭମୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ସକାଳୁ ସକାଳୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ ।
ପ୍ରତିଦିନ ପ୍ରଭାତରୁ କେନ୍ଦୁଝର ଜିଲ୍ଲା ପ୍ରସିଦ୍ଧ ଘଟଗାଁ ପୀଠରେ ଅଧିଷ୍ଠାତ୍ରୀ ମାଆ ତାରିଣୀଙ୍କର ଦିବ୍ୟ ଆଳତୀ କରାଯାଏ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରନ୍ତି । ନାଲି ସିନ୍ଦୁର ଓ ମନ୍ଦାରରେ ଝଟକୁଛନ୍ତି ମାଆ । ଘଣ୍ଟ ଘଣ୍ଟା, ଶଙ୍ଖ,ହୁଳହୁଳି, ହରିବୋଲରେ ମାଆଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଉଠୁଛି ପୁରା ପରିବେଶ । ଯାହା ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରୁଛି । ସକାଳୁ ମାଆଙ୍କ ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପକ୍ଷୟ ହୋଇଥାଏ । ମାଆଙ୍କ ଅଶେଷ କୃପା ମିଳିଥାଏ ବୋଲି ବିଶ୍ବାସ ରହିଛି ।
କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ତାରିଣୀପୀଠ ଓଡିଶାର ଏକ ପ୍ରସିଦ୍ଧ ତୀର୍ଥକ୍ଷେତ୍ର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । 1480 ମସିହାରେ ପୁରୀର ତତ୍କାଳୀନ ଗଜପତିଙ୍କ ଆଦେଶକ୍ରମେ ମାଆ ତାରିଣୀଙ୍କ ନୂଆ ମନ୍ଦିର ଘଟଗାଁରେ ଶକ୍ତିପୀଠ ଭାବେ ସ୍ଥାପନ କରାଯାଇଥିଲା । ମାଆଙ୍କ ପାଖରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ବିଶ୍ବାସ ରହିଛି । କୁହାଯାଏ ମନସ୍କାମନା କରି ମାଆକୁ ନଡିଆଟିଏ ଯାଚି ଦେଲେ ଭକ୍ତର ମନବାଞ୍ଛା ପୂରଣ ହୁଏ । ମାଆଙ୍କ ଦୁଇଟି ପର୍ବ ଚଇତି ଓ ଆଷାଢି ପ୍ରତିବର୍ଷ ପାଳନ ହୁଏ । ଏହି ଦିନ ଘଟଗାଁ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଥାଏ । ପ୍ରାୟତ ପ୍ରତିଦିନ ଏହି ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଥାଏ । କାହିଁ କେତେ ଦୂରରୁ ମାନସିକ ମାଆଙ୍କ ପୀଠକୁ ଧାଇଁ ଆସିଥାଏ ଭକ୍ତଟି ।
ମାଆଙ୍କ ଦୁଇଟି ପର୍ବ ଚଇତି ଓ ଆଷାଢି ପ୍ରତିବର୍ଷ ପାଳନ ହୁଏ । ଏହି ଦିନ ଘଟଗାଁ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଥାଏ । କାହିଁ କେତେ ଦୂରରୁ ମାନସିକ କରି ମାଆଙ୍କ ପୀଠକୁ ଧାଇଁ ଆସିଥାଏ ଭକ୍ତଟି । ମାଆଙ୍କ ମହିମା ସତରେ ଅପାର । ତାଙ୍କ ଶରଣରେ ପଶିଲେ ଜୀବନର ସବୁ ଦୁଃଖ ଦୂର ହୁଏ ବୋଲି ବିଶ୍ବାସ ରହିଛି ।
ଇଟିଭି ଭାରତ, କେନ୍ଦୁଝର