ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ

By

Published : Apr 25, 2023, 6:57 AM IST

thumbnail

କେନ୍ଦୁଝର: ଘଟଗାଁ ରାଣୀ ମାଆ ତାରିଣୀ । ଭକ୍ତର ମାଆ ତାରିଣୀ ମାଆ। ତାଙ୍କ ମହିମା ଅପାର । ମାଆଙ୍କୁ ଟିକେ ଦର୍ଶନ କରିବା ପାଇଁ କାହିଁ କେତେ ଦୂରରୁ ଭକ୍ତଟି ଧାଇଁ ଆସିଥାଏ ଘଟଗାଁକୁ। ମାଆ ତାରିଣୀଙ୍କ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପକ୍ଷୟ ହୋଇଥାଏ ବୋଲି ବିଶ୍ବସ ରହିଛି । ପ୍ରତିଦିନ ପ୍ରଭାତରୁ ଘଟଗାଁ ପୀଠରେ ମାଆଙ୍କର ଦିବ୍ୟ ଆଳତୀ କରାଯାଇଛାଏ । ଆଜି ମଧ୍ୟ ସକାଳୁ ସକାଳୁ ମାଆଙ୍କ ଆଳତୀ କରାଯାଇଛି । ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରୁଛନ୍ତି ।  ଘଣ୍ଟଘଣ୍ଟା, ଶଙ୍ଖ ନାଦରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ଫଳରେ ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶ । ମାଆଙ୍କ ଆଳତୀକୁ ଚର୍ମ ଚକ୍ଷୁରେ ଦର୍ଶନ କରି କୃତ୍ୟ କୃତ୍ୟ ହୋଇଛନ୍ତି ଭକ୍ତ । କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ତାରିଣୀପୀଠ ଓଡିଶାର ଏକ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ।

ଇଟିଭି ଭାରତ, କେନ୍ଦୁଝର

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.