ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ - ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/640-480-18433759-thumbnail-16x9-d.jpg)
କେନ୍ଦୁଝର: ଘଟଗାଁ ରାଣୀ ମାଆ ତାରିଣୀ । ମାଆଙ୍କ ମହିମା ଅପାର । ଭକ୍ତର ମାଆ ତାରିଣୀ ମାଆ । ମାଆଙ୍କୁ ଟିକେ ଦର୍ଶନ ପାଇଁ କାହିଁ କେତେ ଦୂରରୁ ଭକ୍ତଟି ଧାଇଁ ଆସିଥାଏ ଘଟଗାଁ ପୀଠକୁ । ମାଆ ତାରିଣୀଙ୍କ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପକ୍ଷୟ ହୋଇଥାଏ ବୋଲି ବିଶ୍ବାସ ରହିଛି। ପ୍ରତିଦିନ ପ୍ରଭାତରୁ ଘଟଗାଁ ପୀଠରେ ମାଆଙ୍କର ଦିବ୍ୟ ଆଳତୀ କରାଯାଏ । ସକାଳୁ ସକାଳୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରିଛନ୍ତି । ଘଣ୍ଟ ଘଣ୍ଟା, ଶଙ୍ଖନାଦରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶ । କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ତାରିଣୀପୀଠ ଓଡିଶାର ଏକ ପ୍ରସିଦ୍ଧ ତୀର୍ଥସ୍ଥାନ । ଏଠାକାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀ । ପୁରୀର ତତ୍କାଳୀନ ଗଜପତିଙ୍କ ଆଦେଶକ୍ରମେ ମାଆ ତାରିଣୀଙ୍କ ନୂଆ ମନ୍ଦିର ଘଟଗାଁରେ ଶକ୍ତିପୀଠ ଭାବେ ସ୍ଥାପନ କରାଯାଇଥିଲା ।
ଇଟିଭି ଭାରତ, କେନ୍ଦୁଝର