ପ୍ରଭାତରୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଆଳତୀ

By

Published : Jun 4, 2023, 7:12 AM IST

thumbnail

କେନ୍ଦୁଝର: ଭକ୍ତର ମାଆ ସେ ଘଟଗାଁ ରାଣୀ ମାଆ ତାରିଣୀ । କରୁଣାମୟୀ ସେ ତାରିଣୀ ମାଆ । ପ୍ରତିଦିନ ପ୍ରଭାତରୁ ଘଟଗାଁ ପୀଠରେ ମାଆ ତାରିଣୀଙ୍କର ଦିବ୍ୟ ଆଳତୀ କରାଯାଏ । ସକାଳୁ ସକାଳୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଆଳତୀ । ନାଲି ମନ୍ଦାର ମାଳରେ ଝଟକୁଛନ୍ତି ଘଟଗାଁ ରାଣୀ । ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳି ହରିବୋଲରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ଆଧ୍ୟାତ୍ମିକ ପରିବେଶରେ ମାଆଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରିଛନ୍ତି । କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ତାରିଣୀପୀଠ ଓଡ଼ିଶାର ଏକ ପ୍ରସିଦ୍ଧ ତୀର୍ଥକ୍ଷେତ୍ର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀ । ମାଆଙ୍କ ପାଖରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ରହିଛି । ମାଆଙ୍କ ଦୁଇଟି ପର୍ବ ଚଇତି ଓ ଆଷାଢି ପ୍ରତିବର୍ଷ ପାଳନ ହୋଇଥାଏ । ଏହି ଦିନ ଘଟଗାଁ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥାଏ ।  

ଇଟିଭି ଭାରତ, କେନ୍ଦୁଝର

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.