ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ - ଘଟଗାଁ ରାଣୀ
🎬 Watch Now: Feature Video
କେନ୍ଦୁଝର: ଘଟଗାଁ ରାଣୀ ସେ ମାଆ ତାରିଣୀ । ମା’ଙ୍କୁ ଦର୍ଶନ ପାଇଁ କାହିଁ କେତେ ଦୂରରୁ ଭକ୍ତିଟିଏ ଧାଇଁ ଆସେ ଘଟଗାଁ ପୀଠକୁ । ତାରିଣୀଙ୍କ ଆଳତୀ ଦର୍ଶନ କଲେ ଜୀବନର ସବୁ ଦୁଃଖ ଦୂର ହୁଏ ବୋଲି ବିଶ୍ବାସ ରହିଛି । ପ୍ରତିଦିନ ପ୍ରଭାତରୁ ମାଆଙ୍କ ମଙ୍ଗଳ ଆଳତୀ ହୋଇଥାଏ । ଆଜି ମଧ୍ୟ ସକାଳୁ ସକାଳୁ ସେବାୟତମାନେ ମାଆ ତାରଣୀଙ୍କ ଆଳତୀ କରିଛନ୍ତି । ଘଣ୍ଟ ଘଣ୍ଟା, ଶଙ୍ଖ ନାଦ, ହୁଳହୁଳିରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ମାଆଙ୍କ ଆଳତୀ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ଭକ୍ତ । ମାଆଙ୍କ ପ୍ରିୟ ନଡିଆ ତେଣୁ ତାଙ୍କୁ ନଡିଆରାଣୀ କୁହାଯାଏ । କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ତାରିଣୀପୀଠ ଓଡିଶାର ଏକ ପ୍ରସିଦ୍ଧ ତୀର୍ଥସ୍ଥାନ । ଏଠାକାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀ । ପୁରୀର ତତ୍କାଳୀନ ଗଜପତିଙ୍କ ଆଦେଶକ୍ରମେ ମାଆ ତାରିଣୀଙ୍କ ନୂଆ ମନ୍ଦିର ଘଟଗାଁରେ ଶକ୍ତିପୀଠ ଭାବେ ସ୍ଥାପନ କରାଯାଇଥିଲା ।
ଇଟିଭି ଭାରତ, କେନ୍ଦୁଝର