ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଆଳତୀ, ଶୁଭମୟ ହେବ ଦିନ

By

Published : Jul 8, 2023, 6:44 AM IST

thumbnail

କେନ୍ଦୁଝର: ଘଟଗାଁ ରାଣୀ ମାଆ ତାରିଣୀ । ଭକ୍ତର ମାଆ ତାରିଣୀ ମାଆ । ତାଙ୍କୁ ଦର୍ଶନ ପାଇଁ କାହିଁ କେତେ ଦୂରରୁ ଭକ୍ତିଟିଏ ଧାଇଁ ଆସେ ଘଟଗାଁ ପୀଠକୁ । ତାରିଣୀଙ୍କ ଆଳତୀ ଦର୍ଶନ କଲେ ଜୀବନର ସବୁ ଦୁଃଖ ଦୂର ହୁଏ ବୋଲି ବିଶ୍ବାସ ରହିଛି । ପ୍ରତିଦିନ ପ୍ରଭାତରୁ ମାଆଙ୍କ ମଙ୍ଗଳ ଆଳତୀ ହୋଇଥାଏ । ଆଜି ମଧ୍ୟ ସକାଳୁ ସକାଳୁ ସେବାୟତମାନେ ମାଆ ତାରିଣୀଙ୍କ ଆଳତୀ କରିଛନ୍ତି ।  ଘଣ୍ଟଘଣ୍ଟା, ଶଙ୍ଖ ନାଦ, ହୁଳହୁଳିରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ମାଆଙ୍କ ଆଳତୀ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ଭକ୍ତ । ମାଆଙ୍କ ପ୍ରିୟ ନଡିଆ ତେଣୁ ତାଙ୍କୁ ନଡିଆରାଣୀ କୁହାଯାଏ । କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ତାରିଣୀ ପୀଠ ଓଡିଶାର ଏକ ପ୍ରସିଦ୍ଧ ତୀର୍ଥସ୍ଥାନ । ଏଠାକାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀ । ପୁରୀର ତତ୍କାଳୀନ ଗଜପତିଙ୍କ ଆଦେଶକ୍ରମେ ମାଆ ତାରିଣୀଙ୍କ ନୂଆ ମନ୍ଦିର ଘଟଗାଁରେ ଶକ୍ତିପୀଠ ଭାବେ ସ୍ଥାପନ କରାଯାଇଥିଲା ।

ଇଟିଭି ଭାରତ, କେନ୍ଦୁଝର 

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.