ଦର୍ଶନ କରନ୍ତୁ ଘଟଗାଁ ରାଣୀଙ୍କ ଦିବ୍ୟ ଆଳତୀ

🎬 Watch Now: Feature Video

thumbnail

By

Published : Jul 23, 2023, 6:48 AM IST

କେନ୍ଦୁଝର: ଘଟଗାଁ ରାଣୀ ସେ କରୁଣାମୟୀ ମାଆ ତାରିଣୀ । ଭକ୍ତର ମଆ ସେ ନଡିଆ ରାଣୀ । ମା’ ତାରିଣୀଙ୍କ ଦର୍ଶନ ପାଇଁ କାହିଁ କେତେ ଦୂରରୁ ଭକ୍ତିଟିଏ ଧାଇଁ ଆସେ ଘଟଗାଁ ପୀଠକୁ । ପ୍ରଭାତରୁ ମାଆ ତାରିଣୀଙ୍କ ଆଳତୀ ଦର୍ଶନ କଲେ ଜୀବନର ସବୁ ଦୁଃଖ ଦୂର ହୁଏ ବୋଲି ବିଶ୍ବାସ ରହିଛି । ପ୍ରତିଦିନ ପ୍ରଭାତରୁ ମାଆଙ୍କ ମଙ୍ଗଳ ଆଳତୀ ହୋଇଥାଏ । ଆଜି ମଧ୍ୟ ସକାଳୁ ସକାଳୁ ସେବାୟତମାନେ ମାଆ ତାରଣୀଙ୍କ ଆଳତୀ କରିଛନ୍ତି । ଘଣ୍ଟ ଘଣ୍ଟା, ଶଙ୍ଖ ନାଦ, ହୁଳହୁଳିରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ମାଆଙ୍କ ଆଳତୀ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ଭକ୍ତ । ମାଆଙ୍କ ପ୍ରିୟ ନଡିଆ ତେଣୁ ତାଙ୍କୁ ନଡିଆରାଣୀ କୁହାଯାଏ । କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ତାରିଣୀପୀଠ ଓଡିଶାର ଏକ ପ୍ରସିଦ୍ଧ ତୀର୍ଥସ୍ଥାନ । ଏଠାକାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀ । ପ୍ରତିଦିନ ମାଆ ତାରିଣୀଙ୍କ ଆଳତୀ ଦର୍ଶନ କଲେ ଦିନ ଶୁଭମୟ ହୋଇଥାଏ ବୋଲି ବିଶ୍ବାସ ରହିଛି ।

ଇଟିଭି ଭାରତ, କେନ୍ଦୁଝର

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.