Maa Tarini Alati: ଦର୍ଶନ କରନ୍ତୁ ଘଟଗାଁ ରାଣୀଙ୍କ ଦିବ୍ୟ ଆଳତୀ

By

Published : Aug 11, 2023, 6:46 AM IST

thumbnail

କେନ୍ଦୁଝର: ଜୟ ମାଆ ତାରିଣୀ ଘଟଗାଁ ବାସିନୀ । ସେ କରୁଣାମୟୀ ମାଆ ତାରିଣୀ । ତାଙ୍କ ମହିମା ଅପାର । ମାଆଙ୍କୁ ଡାକିଲେ ସବୁ ଦୁଃଖ ଲାଘବ ହୋଇଯାଏ । ମାଆ ତାରିଣୀଙ୍କ ଦର୍ଶନ ପାଇଁ କାହିଁ କେତେ ଦୂରରୁ ଛୁଟି ଆସିଥାଏ ଭକ୍ତ । ମାଆଙ୍କ ଆଳତୀ ଦର୍ଶନ କଲେ ସବୁ ପାପ କ୍ଷୟ ହୋଇଥାଏ । ସକାଳୁ ସକାଳୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ । ପ୍ରତିଦିନ ପ୍ରଭାତରୁ କେନ୍ଦୁଝର ଜିଲ୍ଲା ପ୍ରସିଦ୍ଧ ଘଟଗାଁ ପୀଠରେ ଅଧିଷ୍ଠାତ୍ରୀ ମାଆ ତାରିଣୀଙ୍କର ଦିବ୍ୟ ଆଳତୀ କରାଯାଏ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରନ୍ତି । ନାଲି ସିନ୍ଦୁର ଓ ମନ୍ଦାରରେ ଝଟକୁଛନ୍ତି ମାଆ । ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳି, ହରିବୋଲରେ ମାଆଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଉଠୁଛି ପୁରା ପରିବେଶ । ଯାହା ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରୁଛି । ସକାଳୁ ମାଆଙ୍କୁ ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପକ୍ଷୟ ହୋଇଥାଏ । ମାଆଙ୍କ ଅଶେଷ କୃପା ମିଳିଥାଏ ବୋଲି ବିଶ୍ବାସ ରହିଛି । କେନ୍ଦୁଝର ଜିଲ୍ଲା ଘଟଗାଁ ରାଣୀ ମାଆ ତାରିଣୀ । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ ।  

ଇଟିଭି ଭାରତ, କେନ୍ଦୁଝର

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.