Maa Tarini Alati: ଦର୍ଶନ କରନ୍ତୁ ଘଟଗାଁ ରାଣୀଙ୍କ ଦିବ୍ୟ ଆଳତୀ - ଦର୍ଶନ କରନ୍ତୁ ଘଟଗାଁ ରାଣୀଙ୍କ ଦିବ୍ୟ ଆଳତୀ

🎬 Watch Now: Feature Video

thumbnail

By

Published : Aug 13, 2023, 6:37 AM IST

କେନ୍ଦୁଝର: ଘଟଗାଁ ବାସିନୀ ଜୟ ମାଆ ତାରିଣୀ । କରୁଣାମୟୀ ମାଆ ତାରିଣୀ । ମାଆଙ୍କୁ ଡାକିଲେ ସବୁ ଦୁଃଖ ଲାଘବ ହୋଇଯାଏ । ମାଆ ତାରିଣୀଙ୍କ ଦର୍ଶନ ପାଇଁ କାହିଁ କେତେ ଦୂରରୁ ଛୁଟି ଆସିଥାଏ ଭକ୍ତ । ମାଆଙ୍କ ଆଳତୀ ଦର୍ଶନ କଲେ ସବୁ ପାପ କ୍ଷୟ ହୋଇଥାଏ । ସକାଳୁ ସକାଳୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ । ପ୍ରତିଦିନ ପ୍ରଭାତରୁ ଘଟଗାଁ ପୀଠରେ ଅଧିଷ୍ଠାତ୍ରୀ ମାଆ ତାରିଣୀଙ୍କର ଦିବ୍ୟ ଆଳତୀ କରାଯାଏ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରନ୍ତି । ନାଲି ସିନ୍ଦୁର ଓ ମନ୍ଦାରରେ ଝଟକୁଛନ୍ତି ମାଆ । ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳି, ହରିବୋଲରେ ମାଆଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଉଠୁଛି ପୁରା ପରିବେଶ । ଯାହା ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରୁଛି । ସକାଳୁ ମାଆଙ୍କୁ ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପକ୍ଷୟ ହୋଇଥାଏ ।  ପ୍ରବାଦରେ ଅଛି ଘଟଗାଁ ଠାରେ ଥିବା ମାଆ ତାରିଣୀ ମନ୍ଦିରକୁ 1480 ମସିହାରେ ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରିଥିଲେ ।  

ଇଟିଭି ଭାରତ, କେନ୍ଦୁଝର

ABOUT THE AUTHOR

author-img

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.