ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ - ମାଆ ତାରିଣୀଙ୍କ ଦିବ୍ୟ ଆଳତୀ
🎬 Watch Now: Feature Video
କେନ୍ଦୁଝର: ଘଟଗାଁ ରାଣୀ ମାଆ ତାରିଣୀ । ଭକ୍ତର ମାଆ ତାରିଣୀ ମାଆ। କରୁଣାମୟୀ, ଦୁଃଖହାରିଣୀ ମାଆ ତାରିଣୀ । ପ୍ରତିଦିନ ପ୍ରଭାତରୁ କେନ୍ଦୁଝର ଘଟଗାଁ ପୀଠରେ ମାଆଙ୍କର ଦିବ୍ୟ ମଙ୍ଗଳ ଆଳତୀ ହୋଇଥାଏ । ସକାଳୁ ସକାଳୁ ଦର୍ଶନ କରନ୍ତୁ ମାଆଙ୍କ ଆଳତୀ । ମାଆଙ୍କ ଆଳତୀ ଦର୍ଶନ କଲେ ଦିନ ଶୁଭମୟ ହୋଇଥାଏ । ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳି ହରିବୋଲରେ ପ୍ରକମ୍ପିତ ହେଉଛି ମନ୍ଦିର ପରିସର । ଆଧ୍ୟାତ୍ମିକ ପରିବେଶରେ ମାଆଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ଭକ୍ତଙ୍କ ଗହଳିରେ ଫାଟିପଡୁଛି ଘଟଗାଁ ପୀଠ । ଆଜି ମଧ୍ୟ ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରିଛନ୍ତି । କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ତାରିଣୀପୀଠ ଓଡ଼ିଶାର ଏକ ପ୍ରସିଦ୍ଧ ତୀର୍ଥକ୍ଷେତ୍ର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀ । ମାଆଙ୍କ ପାଖରେ ମାନସିକ କଲେ ନିଶ୍ଚୟ ପୂରଣ ହୁଏ ବୋଲି ବିଶ୍ବାସ ରହିଛି । ମାଆଙ୍କ ଦୁଇଟି ପର୍ବ ଚଇତି ଓ ଆଷାଢି ପ୍ରତିବର୍ଷ ପାଳନ ହୋଇଥାଏ । ଏହି ଦିନ ଘଟଗାଁ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥାଏ ।
ଇଟିଭି ଭାରତ,କେନ୍ଦୁଝର