ମାଆ ତାରିଣୀଙ୍କ ଆଳତୀ ଦର୍ଶନ କରି ଆରମ୍ଭ କରନ୍ତୁ ଦିନ

By ETV Bharat Odisha Team

Published : Sep 30, 2023, 7:01 AM IST

thumbnail

କେନ୍ଦୁଝର: ଘଟଗାଁ ରାଣୀ ମାଆ ତାରିଣୀ । ମାଆଙ୍କ ଦର୍ଶନ ପାଇଁ କାହିଁ କେତେ ଦୂରରୁ ଭକ୍ତିଟିଏ ଧାଇଁ ଆସେ ଘଟଗାଁ ପୀଠକୁ । ମାଆ ତାରିଣୀଙ୍କ ଆଳତୀ ଦର୍ଶନ କଲେ ଜୀବନର ଦୁଃଖ ଦୂର ହୁଏ ବୋଲି ବିଶ୍ବାସ ରହିଛି । ପ୍ରତିଦିନ ପ୍ରଭାତରୁ ମାଆଙ୍କ ମଙ୍ଗଳ ଆଳତୀ କରାଯାଇଥାଏ । ଆଜି ମଧ୍ୟ ସକାଳୁ ସକାଳୁ ସେବାୟତମାନେ ମାଆ ତାରଣୀଙ୍କ ଆଳତୀ କରିଛନ୍ତି । ଘଣ୍ଟଘଣ୍ଟା, ଶଙ୍ଖ ନାଦ, ହୁଳହୁଳିରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ମାଆଙ୍କ ଆଳତୀ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ଭକ୍ତ । ମାଆଙ୍କ ପ୍ରିୟ ହେଉଛି ନଡିଆ, ତେଣୁ ତାଙ୍କୁ ନଡିଆରାଣୀ କୁହାଯାଏ । କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ତାରିଣୀପୀଠ ଓଡିଶାର ଏକ ପ୍ରସିଦ୍ଧ ତୀର୍ଥସ୍ଥାନ । ଏଠାକାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀ । ପୁରୀର ତତ୍କାଳୀନ ଗଜପତିଙ୍କ ଆଦେଶ କ୍ରମେ ମାଆ ତାରିଣୀଙ୍କ  ମନ୍ଦିର ଘଟଗାଁରେ ଶକ୍ତିପୀଠ ଭାବେ ସ୍ଥାପନ କରାଯାଇଥିଲା ।  

ଇଟିଭି ଭାରତ, କେନ୍ଦୁଝର

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.