Maa Tarini Alati: ଦର୍ଶନ କରନ୍ତୁ ଘଟଗାଁ ରାଣୀଙ୍କ ଦିବ୍ୟ ଆଳତୀ

By ETV Bharat Odisha Team

Published : Oct 14, 2023, 7:03 AM IST

thumbnail

କେନ୍ଦୁଝର: ଘଟଗାଁ ରାଣୀ ମାଆ ତାରିଣୀ । ଭକ୍ତର ମାଆ ତାରିଣୀ ମାଆ । ମାଆଙ୍କ ମହିମା ଅପାର । ତାଙ୍କ ଶରଣ ପଶିଲେ ସବୁ ଦୁଃଖ ଦୂର ହୁଏ ବୋଲି ବିଶ୍ବାସ ରହିଛି । ପ୍ରତିଦିନ ପ୍ରଭାତରୁ ମାଆଙ୍କ ଆଳତୀ ଦର୍ଶନ କଲେ ଶୁଭମୟ ହୁଏ ଦିନ । ସକାଳୁ ସକାଳୁ ମାଆଙ୍କ ଦିବ୍ୟ ଆଳତୀ ଦର୍ଶନ କରିବାକୁ ଘଟଗାଁ ପୀଠରେ ଭକ୍ତଙ୍କ ଭିଡ ଜମିଥାଏ । କେନ୍ଦୁଝର ଜିଲ୍ଲା ପ୍ରସିଦ୍ଧ ଘଟଗାଁ ପୀଠରେ ପ୍ରତିଦିନ ପ୍ରଭାତରୁ ଅଧିଷ୍ଠାତ୍ରୀ ମାଆ ତାରିଣୀଙ୍କର ଦିବ୍ୟ ଆଳତୀ କରାଯାଏ ।  ଆଜି ମଧ୍ୟ ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରିଛନ୍ତି । ଘଣ୍ଟ ଘଣ୍ଟା, ଶଙ୍ଖ,ହୁଳହୁଳି, ହରିବୋଲରେ ମାଆଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଉଠୁଛି ପୁରା ପରିବେଶ । ଯାହା ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରୁଛି  । ସକାଳୁ ମାଆଙ୍କ ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପକ୍ଷୟ ହୋଇଥାଏ । ମାଆଙ୍କ ଦୁଇଟି ପର୍ବ ଚଇତି ଓ ଆଷାଢି ପ୍ରତିବର୍ଷ ପାଳନ ହୁଏ ।

ଇଟିଭି ଭାରତ, କେନ୍ଦୁଝର

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.