ମଙ୍ଗଳବାର ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଆଳତୀ, ମଙ୍ଗଳମୟ ହେବ ଦିନ - ତାରିଣୀ ଆଳତୀ

🎬 Watch Now: Feature Video

thumbnail

By ETV Bharat Odisha Team

Published : Nov 14, 2023, 6:38 AM IST

କେନ୍ଦୁଝର: ମାଆ ତାରିଣୀ ଦୁଃଖ ହାରିଣୀ । କରୁଣାମୟୀ ମାଆ ତାରିଣୀ । ଲୀଳାମୟୀ ମାଆ ତାରିଣୀଙ୍କ ଲୀଳା ବିଚିତ୍ର । ମାଆ ତାରିଣୀଙ୍କ ଦର୍ଶନ ପାଇଁ କାହିଁ କେତେ ଦୂରରୁ କେନ୍ଦୁଝର ଜିଲ୍ଲାକୁ ଛୁଟି ଆସିଥାନ୍ତି ଭକ୍ତ । ମାଆଙ୍କ ଆଳତୀ ଦର୍ଶନ କଲେ ପାପ କ୍ଷୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ସକାଳୁ ସକାଳୁ ଘଟଗାଁ ପୀଠରେ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ । ପ୍ରତିଦିନ ପ୍ରଭାତରୁ କେନ୍ଦୁଝର ଜିଲ୍ଲା ପ୍ରସିଦ୍ଧ ଘଟଗାଁ ପୀଠରେ ଅଧିଷ୍ଠାତ୍ରୀ ମାଆ ତାରିଣୀଙ୍କର ଦିବ୍ୟ ଆଳତୀ କରାଯାଏ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରନ୍ତି । ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳି, ହରିବୋଲରେ ମାଆଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଉଠୁଛି ମନ୍ଦିର । ଯାହା ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରୁଛି । କେନ୍ଦୁଝର ଜିଲ୍ଲା ଘଟଗାଁ ରାଣୀ ମାଆ ତାରିଣୀ । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ମଙ୍ଗଳବାର ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ । ବିଶ୍ବାସ ରହିଛି ମଙ୍ଗଳମୟ ହେବ ଦିନ ।

ଇଟିଭି ଭାରତ, କେନ୍ଦୁଝର

ABOUT THE AUTHOR

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.