ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ - ମାଆ ତାରିଣୀଙ୍କ ଦିବ୍ୟ ଆଳତୀ
🎬 Watch Now: Feature Video
Published : Nov 16, 2023, 7:04 AM IST
କେନ୍ଦୁଝର: ମାଆ ଲୋ ମାଆ ତାରିଣୀ ମାଆ ଦରଶନ ଟିକିଏ ଦେ । ଦୁଃଖ ହାରିଣୀ ମାଆ ତାରିଣୀ। ଲୀଳାମୟୀ ମାଆ ତାରିଣୀଙ୍କ ଲୀଳା ବିଚିତ୍ର । ତାରିଣୀଙ୍କ ଦର୍ଶନ ପାଇଁ କାହିଁ କେତେ ଦୂରରୁ କେନ୍ଦୁଝର ଜିଲ୍ଲାକୁ ଧାଇଁ ଆସିଥାନ୍ତି ଭକ୍ତ । ମାଆଙ୍କ ଆଳତୀ ଦର୍ଶନ କଲେ ପାପ କ୍ଷୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ସକାଳୁ ସକାଳୁ ଘଟଗାଁ ପୀଠରେ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ ସମ୍ପନ୍ନ ହୋଇଛି । ପ୍ରତିଦିନ ପ୍ରଭାତରୁ କେନ୍ଦୁଝର ଜିଲ୍ଲା ପ୍ରସିଦ୍ଧ ଘଟଗାଁ ପୀଠରେ ଅଧିଷ୍ଠାତ୍ରୀ ମାଆ ତାରିଣୀଙ୍କର ଦିବ୍ୟ ଆଳତୀ କରାଯାଏ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରନ୍ତି । ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳି, ହରିବୋଲର ଓ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଉଠୁଛି ମନ୍ଦିର । ଯାହା ଫଳରେ ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି । କେନ୍ଦୁଝର ଜିଲ୍ଲା ଘଟଗାଁ ରାଣୀ ମାଆ ତାରିଣୀ ।
ଇଟିଭି ଭାରତ, କେନ୍ଦୁଝର