ପଞ୍ଚୁକ ଏକାଦଶୀରେ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଆଳତୀ - ଘଟଗାଁ ଆଳତୀ

🎬 Watch Now: Feature Video

thumbnail

By ETV Bharat Odisha Team

Published : Nov 23, 2023, 7:03 AM IST

କେନ୍ଦୁଝର: ଘଟଗାଁ ବାସିନୀ ଜୟ ମାଆ ତାରିଣୀ । ଭକ୍ତର ମାଆ ସେ ଘଟଗାଁ ରାଣୀ । ତାଙ୍କ ମହିମା ଅପାର । ସନ୍ତାନ ଡାକିଲେ ଯେପରି ମାଆ ଓଃ କରେ ସେମିତି ଭକ୍ତଟିଏ ଡାକିଲେ ମାଆ ତାରିଣୀ ମଧ୍ୟ ଓଃ କରନ୍ତି । ମାଆ ତାରିଣୀଙ୍କୁ ଟିକେ ଦର୍ଶନ ପାଇଁ କାହିଁ କେତେ ବାଟରୁ ଭକ୍ତଟି ଧାଇଁ ଆସିଥାଏ ଘଟଗାଁକୁ । ମାଆ ତାରିଣୀଙ୍କ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପକ୍ଷୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ପ୍ରତିଦିନ ପ୍ରଭାତରୁ ଘଟଗାଁ ପୀଠରେ ମାଆ ତାରିଣୀଙ୍କ ଆଳତୀ କରାଯାଏ । ସକାଳୁ ସକାଳୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରିଛନ୍ତି । ନାଲି ମନ୍ଦାର ମାଳରେ ଝଟକୁଛନ୍ତି ଘଟଗାଁ ରାଣୀ । ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳି ହରିବୋଲରେ ମାଆଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ଦର୍ଶନ କରନ୍ତୁ ନଡ଼ିଆ ରାଣୀଙ୍କ ମଙ୍ଗଳ ଆଳତୀ ।

ଇଟିଭି ଭାରତ, କେନ୍ଦୁଝର

ABOUT THE AUTHOR

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.