ଶୁଭମୟ ହେବ ଦିନ, ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ - ମାଆ ତାରିଣୀ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/11-12-2023/640-480-20236098-thumbnail-16x9-d.jpg)
![ETV Bharat Odisha Team](https://etvbharatimages.akamaized.net/etvbharat/prod-images/authors/odisha-1716536003.jpeg)
Published : Dec 11, 2023, 7:20 AM IST
କେନ୍ଦୁଝର: ଘଟଗାଁ ବାସିନୀ ମାଆ ତାରିଣୀ । ଭକ୍ତର ମାଆ ତାରିଣୀ ମାଆ । ତାଙ୍କର ମହିମା ଅପାର । ମାଆ ତାରିଣୀଙ୍କୁ ଟିକେ ଦର୍ଶନ ପାଇଁ କାହିଁ କେତେ ଦୂରରୁ ଭକ୍ତଟି ଧାଇଁ ଆସିଥାଏ ଘଟଗାଁ ପୀଠକୁ । ମାଆ ତାରିଣୀଙ୍କ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପ କ୍ଷୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ପ୍ରତିଦିନ ପ୍ରଭାତରୁ ଘଟଗାଁ ପୀଠରେ ମାଆ ତାରିଣୀଙ୍କ ଆଳତୀ କରାଯାଇଥାଏ । ସକାଳୁ ସକାଳୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରିଛନ୍ତି । ନାଲି ମନ୍ଦାର ମାଳରେ ଝଟକୁଛନ୍ତି ମାଆ । ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳି ହରିବୋଲରେ ମାଆଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ଯାହା ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରୁଛି । କେନ୍ଦୁଝର ଜିଲ୍ଲାର ଇଷ୍ଟଦେବୀ ମାଆ ତାରିଣୀ ।
ଇଟିଭି ଭାରତ, କେନ୍ଦୁଝର