କରୁଣାମୟୀ ଘଟଗାଁ ରାଣୀ, ମାଆ ତାରିଣୀଙ୍କ ଦିବ୍ୟ ଆଳତୀ - ମାଆ ତାରିଣୀଙ୍କ ଦିବ୍ୟ ଆଳତୀ

🎬 Watch Now: Feature Video

thumbnail

By ETV Bharat Odisha Team

Published : Dec 22, 2023, 6:52 AM IST

କେନ୍ଦୁଝର: ନଡିଆ ରାଣୀ ସେ ମାଆ ତାରିଣୀ । ଭକ୍ତର ମାଆ ତାରିଣୀ ମାଆ।  ପ୍ରତିଦିନ ପ୍ରଭାତରୁ ଘଟଗାଁ ପୀଠରେ ମାଆଙ୍କର ଦିବ୍ୟ ମଙ୍ଗଳ ଆଳତୀ  କରାଯାଏ । ସକାଳୁ ସକାଳୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଆଳତୀ । ମାଆଙ୍କ ଆଳତୀ ଦର୍ଶନ କଲେ ଦିନଟି ଶୁଭମୟ ହୋଇଥାଏ ।  ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳି ହରିବୋଲରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ଆଧ୍ୟାତ୍ମିକ ପରିବେଶରେ ମାଆଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ଭକ୍ତଙ୍କ ଗହଳିରେ ଫାଟିପଡୁଛି ମାଆଙ୍କ ପୀଠ। ସବୁଦିନ ପରି ଆଜି ମଧ୍ୟ ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରିଛନ୍ତି । କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ତାରିଣୀପୀଠ ଓଡ଼ିଶାର ଏକ ପ୍ରସିଦ୍ଧ ତୀର୍ଥକ୍ଷେତ୍ର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀ । ମାଆଙ୍କ ପାଖରେ ମାନସିକ କଲେ ପୂରଣ ହୁଏ ବୋଲି ବିଶ୍ବାସ ରହିଛି । ମାଆଙ୍କ ଦୁଇଟି ପର୍ବ ଚଇତି ଓ ଆଷାଢି ପ୍ରତିବର୍ଷ ପାଳନ ହୋଇଥାଏ । ଏହି ଦିନ ଘଟଗାଁ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥାଏ ।  

ଇଟିଭି ଭାରତ, କେନ୍ଦୁଝର

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.