ଶୁଭମୟ ହେବ ଦିନ, ନୂଆବର୍ଷରେ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଆଳତୀ - ମାଆ ତାରିଣୀଙ୍କ ଆଳତୀ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/01-01-2024/640-480-20401277-thumbnail-16x9-alati.jpg)
![ETV Bharat Odisha Team](https://etvbharatimages.akamaized.net/etvbharat/prod-images/authors/odisha-1716536003.jpeg)
Published : Jan 1, 2024, 6:35 AM IST
Alati of maa tarini: କେନ୍ଦୁଝର: ଘଟଗାଁ ବାସିନୀ ମାଆ ତାରିଣୀ । ଭକ୍ତର ମାଆ ତାରିଣୀ ମାଆ । ତାଙ୍କ ମହିମା ଅପାର । ନୂଆବର୍ଷରେ ଦର୍ଶନ କରନ୍ତୁ ମାଆଙ୍କ ମଙ୍ଗଳ ଆଳତୀ । ସକାଳୁ ସକାଳୁ ଆଳତୀ ଦର୍ଶନ ପାଇଁ ମନ୍ଦିରରେ ଭକ୍ତଙ୍କ ଭିଡି ଜମିଛି । ମାଆ ତାରିଣୀଙ୍କୁ ଟିକେ ଦର୍ଶନ ପାଇଁ କାହିଁ କେତେ ବାଟରୁ ଭକ୍ତ ଧାଇଁ ଆସିଛନ୍ତି ଘଟଗାଁ ପୀଠକୁ । ମାଆ ତାରିଣୀଙ୍କ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପକ୍ଷୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ପ୍ରତିଦିନ ପ୍ରଭାତରୁ ଘଟଗାଁ ପୀଠରେ ମାଆ ତାରିଣୀଙ୍କ ଆଳତୀ କରାଯାଏ । ସକାଳୁ ସକାଳୁ ଦର୍ଶନ କରନ୍ତୁ ମାଆଙ୍କ ଦିବ୍ୟ ଆଳତୀ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରୁଛନ୍ତି । ନାଲି ମନ୍ଦାର ମାଳରେ ଝଟକୁଛନ୍ତି ଘଟଗାଁ ରାଣୀ । ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳି ହରିବୋଲରେ ମାଆଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ଦର୍ଶନ କରନ୍ତୁ ନଡ଼ିଆ ରାଣୀଙ୍କ ମଙ୍ଗଳ ଆଳତୀ ।
ଇଟିଭି ଭାରତ, କେନ୍ଦୁଝର