ଦର୍ଶନ କରନ୍ତୁ ଘଟଗାଁ ରାଣୀଙ୍କ ଦିବ୍ୟ ଆଳତୀ, ମଙ୍ଗଳମୟ ହେବ ଦିନ - ତାରିଣୀ ଆଳତୀ
🎬 Watch Now: Feature Video
Published : Jan 3, 2024, 6:40 AM IST
Maa Tarini Alati: କେନ୍ଦୁଝର: ଘଟଗାଁ ବାସିନୀ ମାଆ ତାରିଣୀ । ଭକ୍ତର ମାଆ ତାରିଣୀ ମାଆ । ମାଆଙ୍କ ପ୍ରିୟ ନଡ଼ିଆ ବୋଲି ତାଙ୍କୁ ନଡ଼ିଆ ରାଣୀ କୁହାଯାଏ । ମାଆ ତାରିଣୀଙ୍କ ମହିମା ଅପାର । ମାଆ କେନ୍ଦୁଝର ଜିଲ୍ଲା ଘଟଗାଁର ଅଧିଷ୍ଠାତ୍ରୀ ଦେବୀ । ତାଙ୍କର ଟିକିଏ ଦର୍ଶନ ପାଇଁ କାହିଁ କେତେ ବାଟରୁ ଭକ୍ତଟିଏ ଧାଇଁ ଆସିଥାଏ ଘଟଗାଁ ପୀଠକୁ । ମାଆଙ୍କ ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପ କ୍ଷୟ ହୋଇ ଅପାର କରୁଣା ପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ ରହିଛି । ସବୁଦିନ ପରି ଆଜି ପ୍ରଭାତରୁ ମଧ୍ୟ ଘଟଗାଁ ପୀଠରେ ମାଆ ତାରିଣୀଙ୍କ ଆଳତୀ କରାଯାଇଛି । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରିଛନ୍ତି । ନାଲି ମନ୍ଦାରରେ ଝଟକୁଛନ୍ତି ମାଆ । ଘଣ୍ଟ ଘଣ୍ଟା, ଶଙ୍ଖ, ହୁଳହୁଳି ଓ ମନ୍ତ୍ରୋପଚାରଣରେ ପ୍ରକମ୍ପିତ ହୋଇଉଠିଛି ମନ୍ଦିର ପରିସର । ଦର୍ଶନ କରନ୍ତୁ ଘଟଗାଁ ରାଣୀଙ୍କ ଦିବ୍ୟ ଆଳତୀ ।