ଦର୍ଶନ କରନ୍ତୁ ଘଟଗାଁ ରାଣୀଙ୍କ ଦିବ୍ୟ ଆଳତୀ - ମାଆ ତାରିଣୀଙ୍କ ଆଳତୀ
🎬 Watch Now: Feature Video
Published : Jan 9, 2024, 6:35 AM IST
Maa Tarini Alati: କେନ୍ଦୁଝର: ଘଟଗାଁ ବାସିନୀ ମାଆ ତାରିଣୀ । ମାଆ ତାରିଣୀଙ୍କ ଦର୍ଶନ ପାଇଁ କାହିଁ କେତେ ଦୂରରୁ କେନ୍ଦୁଝରକୁ ଧାଇଁ ଆସିଥାନ୍ତି ଭକ୍ତ । ପ୍ରତିଦିନ ସକାଳ ସମୟରେ ମାଆଙ୍କ ଆଳତୀ ଦର୍ଶନ କଲେ ଜୀପନର ସବୁ ପାପ କ୍ଷୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ସକାଳୁ ସକାଳୁ ଘଟଗାଁ ପୀଠରେ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ । ପ୍ରତିଦିନ ପ୍ରଭାତରୁ ଘଟଗାଁ ପୀଠରେ ମାଆ ତାରିଣୀଙ୍କର ଦିବ୍ୟ ଆଳତୀ କରାଯାଏ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରନ୍ତି । ଘଣ୍ଟଘଣ୍ଟା, ଶଙ୍ଖ, ହୁଳହୁଳି, ହରିବୋଲରେ ମାଆଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଉଠୁଛି ମନ୍ଦିର । ଯାହା ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରୁଛି । କେନ୍ଦୁଝର ଜିଲ୍ଲା ଘଟଗାଁ ରାଣୀ ମାଆ ତାରିଣୀ । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପୁରୀର ତତ୍କାଳୀନ ଗଜପତିଙ୍କ ଆଦେଶକ୍ରମେ ମାଆ ତାରିଣୀଙ୍କ ମନ୍ଦିର ଘଟଗାଁରେ ଶକ୍ତିପୀଠ ଭାବେ ସ୍ଥାପନ କରାଯାଇଥିଲା ।
ଇଟିଭି ଭାରତ, କେନ୍ଦୁଝର