ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ, ଶୁଭମୟ ହେବ ଦିନ
🎬 Watch Now: Feature Video
Published : Jan 14, 2024, 6:48 AM IST
Maa Tarini Alati: କେନ୍ଦୁଝର: ଘଟଗାଁ ରାଣୀ ମାଆ ତାରିଣୀ । ଭକ୍ତର ମାଆ ତାରିଣୀ ମାଆ । ତାଙ୍କର ମହିମା ଅପାର । ମାଆ ତାରିଣୀଙ୍କୁ ଦର୍ଶନ ପାଇଁ କାହିଁ କେତେ ବାଟରୁ ଭକ୍ତଟି ଧାଇଁ ଆସିଥାଏ ଘଟଗାଁ ପୀଠକୁ । ମାଆଙ୍କ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପକ୍ଷୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ପ୍ରତିଦିନ ପ୍ରଭାତରୁ ଘଟଗାଁ ପୀଠରେ ମାଆ ତାରିଣୀଙ୍କ ଆଳତୀ କରାଯାଏ । ସକାଳୁ ସକାଳୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ । ପ୍ରଭାତରୁ ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରିଛନ୍ତି । ନାଲି ମନ୍ଦାର ମାଳରେ ଝଟକୁଛନ୍ତି ଘଟଗାଁ ରାଣୀ । ଘଣ୍ଟ ଘଣ୍ଟା, ଶଙ୍ଖ, ହୁଳହୁଳି ହରିବୋଲରେ ମାଆଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ମଙ୍ଗଳ ଆଳତୀ । ମାଆଙ୍କ ପ୍ରିୟ ଭୋଗ ନଡିଆ, ତେଣୁ ତାଙ୍କୁ ନଡିଆରାଣୀ କୁହାଯାଏ ।
ଇଟିଭି ଭାରତ, କେନ୍ଦୁଝର