ପ୍ରଭାତରୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ମଙ୍ଗଳ ଆଳତୀ - ମାଆ ତାରିଣୀଙ୍କ ମଙ୍ଗଳ ଆଳତୀ
🎬 Watch Now: Feature Video
କେନ୍ଦୁଝର: କରୁଣାମୟୀ ସେ ମାଆ ତାରିଣୀ। ଦୁଃଖ ହାରିଣୀ ଘଟଗାଁ ତାରିଣୀ। ଭକ୍ତର ମନବାଞ୍ଛା ପୂରଣ କରେ ମାଆ । ସେଇଥି ପାଇଁ ତ କାହିଁ କେତେ ଦୂରରୁ ଭକ୍ତଟିଏ ଚାଲିଆସେ ମାଆ ପାଖକୁ । ମାଆଙ୍କ ଆଳତୀ ଦର୍ଶନ କଲେ ଦିନ ଶୁଭମୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ଏଣୁ ସକାଳୁ ସକାଳୁ ମାଆଙ୍କ ଦିବ୍ୟ ଆଳତୀ ଦର୍ଶନ କରିବାକୁ ଭକ୍ତଙ୍କ ଭିଡ଼ ଜମିଥାଏ ମନ୍ଦିରରେ ।
କେନ୍ଦୁଝର ଜିଲ୍ଲା ପ୍ରସିଦ୍ଧ ଘଟଗାଁ ପୀଠରେ ପ୍ରତିଦିନ ପ୍ରଭାତରୁ ଅଧିଷ୍ଠାତ୍ରୀ ମାଆ ତାରିଣୀଙ୍କର ଆଳତୀ କରାଯାଏ । ପ୍ରଭାତରୁ ମନ୍ଦିର ପୂଜକ ଓ ସେବାୟତ ମାଆଙ୍କ ଏହି ଦିବ୍ୟ ଆଳତୀ କରଥାନ୍ତି । ନାଲି ସିନ୍ଦୁର ଓ ମନ୍ଦାରରେ ଝଟକୁଛନ୍ତି ମାଆ ତାରିଣୀ। ମଙ୍ଗଳ ଆଳତୀ ସମୟରେ ଘଣ୍ଟ ଘଣ୍ଟା, ଶଙ୍ଖ, ହୁଳହୁଳିରେ ମାଆଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇ ଉଠିଥାଏ ପୁରା ପରିବେଶ । ଯାହା ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଥାଏ । ସକାଳୁ ମାଆଙ୍କ ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପ କ୍ଷୟ ହୋଇଥାଏ ।
କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ତାରିଣୀପୀଠ ଏକ ପ୍ରସିଦ୍ଧ ତୀର୍ଥକ୍ଷେତ୍ର । ଚଇତି ଓ ଆଷାଢି ପର୍ବ ପ୍ରତିବର୍ଷ ଏଠାରେ ପାଳନ ହୁଏ । ଏହି ଦିନ ଘଟଗାଁ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମି ଥାଏ । ମାଆଙ୍କ ଶରଣ କଲେ ଜୀବନର ସବୁ ଦୁଃଖ ଦୂର ହୁଏ ବୋଲି ବିଶ୍ବାସ ରହିଛି । ପ୍ରତିଦିନ ମାଁଙ୍କୁ ଦର୍ଶନ ପାଇଁ ଓଡିଶାର କୋଣ ଅନୁକୋଣରୁ ଭକ୍ତଙ୍କ ସୁଅ ଛୁଟିଥାଏ ।
ଇଟିଭି ଭାରତ, କେନ୍ଦୁଝର