ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଆଳତୀ, ଶୁଭମୟ ହେବ ଦିନ
🎬 Watch Now: Feature Video
କେନ୍ଦୁଝର: ସିନ୍ଦୁରା ମୁହିଁ କରୁଣାମୟୀ ସେ ମାଆ ତାରିଣୀ... ନଡିଆ ରାଣୀ ଘଟଗାଁ ରାଣୀ ଦୁଃଖ ହାରିଣୀ । ମାଆ ତାରିଣୀଙ୍କ ମହିମା ଅପାର । ତାଙ୍କ ଶରଣରେ ସବୁ ଦୁଃଖ ଦୂର ହୁଏ । ଭକ୍ତର ମନବାଞ୍ଛା ପୂରଣ କରନ୍ତି ମାଆ ତାରିଣୀ । କାହିଁ କେତେ ଦୂରରୁ ଭକ୍ତଟିଏ ଚାଲିଆସେ ମାଆ ପାଖକୁ । ମାଆ ତାରିଣୀଙ୍କ ଆଳତୀ ଦର୍ଶନ କଲେ ଦିନଟି ମଙ୍ଗଳମୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ସକାଳୁ ସକାଳୁ ମାଆଙ୍କ ଦିବ୍ୟ ଆଳତୀ ଦର୍ଶନ କରିବାକୁ ଭକ୍ତଙ୍କ ଭିଡ ଜମିଥାଏ । ପ୍ରତିଦିନ ପରି ଆଜି ମଧ୍ୟ ଘଟଗାଁ ପୀଠରେ ମାଆଙ୍କ ମଙ୍ଗଳ ଆଳତୀ ହୋଇଛି ।
କେନ୍ଦୁଝର ଜିଲ୍ଲା ଘଟଗାଁ ପୀଠରେ ପ୍ରତିଦିନ ପ୍ରଭାତରୁ ଅଧିଷ୍ଠାତ୍ରୀ ମାଆ ତାରିଣୀଙ୍କର ଆଳତୀ କରାଯାଏ । ପ୍ରଭାତରୁ ମନ୍ଦିର ପୂଜକ ଓ ସେବାୟତ ମାଆଙ୍କ ଆଳତୀ କରଥାନ୍ତି । ନାଲି ସିନ୍ଦୁର ଓ ମନ୍ଦାରରେ ଝଟକୁଛନ୍ତି ମାଆ । ଘଣ୍ଟ ଘଣ୍ଟା, ଶଙ୍ଖ, ହୁଳହୁଳି, ହରିବୋଲ ଓ ମାଆଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇ ଉଠିଛି ପୁରା ପରିବେଶ । ମାଆଙ୍କ ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପକ୍ଷୟ ହୋଇଥାଏ ବୋଲି ବିଶ୍ବାସ ରହିଛି ।