ପ୍ରଭାତରୁ ଦର୍ଶନ କରନ୍ତୁ ମାଆ ତାରିଣୀଙ୍କ ଦିବ୍ୟ ଆଳତୀ - ତାରିଣୀ ଆଳତୀ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/07-10-2023/640-480-19703103-thumbnail-16x9-kfjfjf.jpg)
![ETV Bharat Odisha Team](https://etvbharatimages.akamaized.net/etvbharat/prod-images/authors/odisha-1716536003.jpeg)
Published : Oct 7, 2023, 6:42 AM IST
କେନ୍ଦୁଝର: ଘଟଗାଁ ରାଣୀ ମାଆ ତାରିଣୀ । ଭକ୍ତର ମାଆ ତାରିଣୀ ମାଆ । ମାଆ ତାରିଣୀଙ୍କ ମହିମା ଅପାର । ମାଆଙ୍କ ଆଳତୀ ଦର୍ଶନ କଲେ ଦିନ ଶୁଭମୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ଏଣୁ ସକାଳୁ ସକାଳୁ ମାଆଙ୍କ ଦିବ୍ୟ ଆଳତୀ ଦର୍ଶନ କରିବାକୁ ଭକ୍ତଙ୍କ ଭିଡ଼ ଜମିଥାଏ । କେନ୍ଦୁଝର ଜିଲ୍ଲା ପ୍ରସିଦ୍ଧ ଘଟଗାଁ ପୀଠରେ ପ୍ରତିଦିନ ପ୍ରଭାତରୁ ଅଧିଷ୍ଠାତ୍ରୀ ମାଆ ତାରିଣୀଙ୍କର ଦିବ୍ୟ ଆଳତୀ କରାଯାଏ । ଆଜି ମଧ୍ୟ ପ୍ରଭାତରୁ ମନ୍ଦିର ପୂଜକ ଓ ସେବାୟତ ମାଆଙ୍କ ଦିବ୍ୟ ଆଳତୀ କରିଛନ୍ତି । ନାଲି ସିନ୍ଦୁର ଓ ମନ୍ଦାରରେ ଝଟକୁଛନ୍ତି ମାଆ । ଘଣ୍ଟ ଘଣ୍ଟା, ଶଙ୍ଖ ଓ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇ ଉଠୁଛି ପୁରା ପରିବେଶ । ଯାହା ମନ୍ଦିରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରୁଛି । ସକାଳୁ ମାଆଙ୍କ ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପକ୍ଷୟ ହୋଇଥାଏ । ମାଆଙ୍କ ଅଶେଷ କୃପା ମିଳିଥାଏ ବୋଲି ବିଶ୍ବାସ ରହିଛି ।
ଇଟିଭି ଭାରତ,କେନ୍ଦୁଝର