thumbnail

By

Published : Jun 5, 2023, 6:53 AM IST

ETV Bharat / Videos

Balasore Train tragedy: ବିଭିନ୍ନ ସଂଗଠନ ପକ୍ଷରୁ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି


କଳାହାଣ୍ଡି: ବାହାନଗାର ଭୟଙ୍କର ଟ୍ରେନ ଟ୍ରାଜେଡିରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିଭିନ୍ନ ସଂଗଠନ । କଳାହାଣ୍ଡି ବିଜୁ ଜନତା ଦଳ ପକ୍ଷରୁ ଭବାନୀପାଟଣାରେ ୧୦୮ ଦୀପ ଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଆଜି ସ୍ନାନ ପୂର୍ଣ୍ଣିମା ଥିବାବେଳେ ଭବାନୀପାଟଣା ଜଗନ୍ନାଥ ମନ୍ଦିରରେ ଦୀପ ଦାନ କରି ଗୁରୁତରମାନଙ୍କ ଆସୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିଥିଲେ ବିଜେଡି ନେତା ଓ କର୍ମୀ । ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ବିଜୁ ଜନତା ଦଳର ଯୁବ ନେତା ମଣ୍ଟୁ ନାଏକ,ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ ଅବିନାଶ ଠାକୁରଙ୍କ ସମେତ ଦଳୀୟ ନେତା ଓ କର୍ମୀ ସାମିଲ ହୋଇଥିଲେ ।

ସେହିପରି TPWODL ପକ୍ଷରୁ ମଧ୍ୟ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ସମସ୍ତ ବିଦ୍ୟୁତ ବିଭାଗ କର୍ମଚାରୀମାନେ ସାମିଲ ହୋଇ ବିଦ୍ୟୁତ କାର୍ଯ୍ୟାଳୟରୁ ଏକ କ୍ୟାଣ୍ଡେଲ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିବା ପରେ ଗାନ୍ଧୀ ଛକ ଠାରେ ପହଞ୍ଚି ସେଠାରେ ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ନିରବ ପ୍ରାର୍ଥନା କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେହିପରି କଳାହାଣ୍ଡି ବିଶ୍ୱ ବିଦ୍ୟାଳୟର NCC କ୍ୟାଡେଟ୍ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ମଧ୍ୟ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା ।

ଏହି କାର୍ଯ୍ୟକ୍ରମ ରେ ବିଶ୍ୱ ବିଦ୍ୟାଳୟର କୁଳପତି ସଞ୍ଜୟ ଶତପଥୀ ସାମିଲ ହୋଇଥିଲେ। ଛାତ୍ରଛାତ୍ରୀମାନେ ବିଶ୍ୱ ବିଦ୍ୟାଳୟରୁ କ୍ୟାଣ୍ଡେଲ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା ପରେ କଲେଜ ଛକରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେହିପରି ଜିଲ୍ଲା ଏକ୍ସ କ୍ୟାଡ଼ର ଶିକ୍ଷକ ସଂଘ, ଜିଲ୍ଲା ଓକିଲ ସଂଘ, ଜିଲ୍ଲା ଅଟୋ ଚାଳକ ସଙ୍ଘ ସମେତ ବିଭିନ୍ନ ସଂଗଠନ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା ସହ ନିରବ ପ୍ରାର୍ଥନା କରାଯାଇଥିବା ଦେଖିବାକୁ ମିଳିଛି ।

ଇଟିଭି ଭାରତ, କଳାହାଣ୍ଡି

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.